www.samajalive.in
Saturday, December 6, 2025
16.1 C
Bhubaneswar

୭ ଦିନ ପରେ ଜିଅନ୍ତା ଜଳିଥିବା ଛାତ୍ରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଉତ୍ତରଖଣ୍ଡର ପୌଡି ଜିଲାରେ ଜୀବନ୍ତ ଜଳାଇ ଦେଇଥିବା ଜଣେ ଛାତ୍ରୀଙ୍କ ରବିବାର ଆଖି ବୁଜିଛନ୍ତି । ସଫଦରଜଙ୍ଗ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁ ହୋଇଛି । ପ୍ରାୟ ୧୧ଟା ବେଳେ ତାଙ୍କର ମୃତ୍ୟୁ ଘଟିଥିବା ମୃତକ ପରିବାରଙ୍କ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ, ଗତ ରବିବାର ଛାତ୍ରୀ ଜଣଙ୍କ ପରୀକ୍ଷା ଦେଇ ଫେରୁଥିବା ସମୟରେ ରାସ୍ତାରେ ଗହଡ ଗ୍ରାମର ମନୋଜ ସିଂହ ଓରଫ ବଣ୍ଟି ତାଙ୍କ ପିଛା କରିଥିଲେ । କିଛି ବାଟ ଯିବା ପରେ ଏକ ନିଛାଟିଆ ରାସ୍ତାରେ ମନୋଜ ଛାତ୍ରୀଙ୍କୁ ଅଟକାଇ ତାଙ୍କ ସହ ବଳାତ୍କାର ଉଦ୍ୟମ କରିଥିଲେ । ଛାତ୍ରୀ ଜଣଙ୍କ ଏହାକୁ ବିରୋଧ କରିବାରୁ ଅଭିଯୁକ୍ତ ପୀଡିତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ ଓ ପରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ସେହି ରାସ୍ତା ଦେଇ ଯାଉଥିବା ଜଣେ ଗ୍ରାମବାସୀ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଛାତ୍ରୀଙ୍କୁ ଦେଖି ପୁଲିସକୁ ଖବର ଦେଇଥିଲେ ।

ଘଟଣାସ୍ଥଳରେ ପୁଲିସ ପହଞ୍ଚି ୧୦୮ ଆମ୍ବୁଲାନ୍ସ ଯୋଗେ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ଭର୍ତ୍ତି କରିଥିଲେ । ସେଠା​‌ରେ ପ୍ରାଥମିକ ଚିକତ୍ସା ପରେ ଶ୍ରୀନଗର ମେଡିକଲା କଲେଜକୁ ପଠାଯାଇଥିଲା । ଏହା ପରେ ପୁଣି ଛାତ୍ରୀଙ୍କୁ ଋଷିକେଶର ଏମ୍ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ଉନ୍ନତି ନ ହେବାରୁ ପୁଣି ଦିଲ୍ଲୀ ସଫଦରଜଙ୍ଗ ହସ୍ପିଟାଲକୁ ପଠାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories