www.samajalive.in
Saturday, December 6, 2025
14.1 C
Bhubaneswar

ପ୍ରବାସୀ ଓଡିଆଙ୍କୁ ନେବାକୁ ଆସୁଥିବା ବସ୍ ଦୁର୍ଘଟଣାଗ୍ରସ୍ତ

ଭଦ୍ରକ : ପ୍ରବାସୀ ଶ୍ରମିକଙ୍କୁ ନେବା ପାଇଁ ଆସୁଥିବା ଏକ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ବାଲେଶ୍ଵରରୁ ଭୁବନେଶ୍ଵରକୁ ପ୍ରବାସୀ ଶ୍ରମିକଙ୍କୁ ନେବା ପାଇଁ ଆସିଥିବା ବସଟି ଭଦ୍ରକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ମିଳିଥିବା​‌ ସୂଚନାଅନୁସାରେ ବାଲେଶ୍ଵର ଜିଲାର ଶ୍ରମିକମାନେ ଟ୍ରେନ ଯୋଗେ ଭୁବନେଶ୍ଵରରେ ପହଞ୍ଚିଥିଲେ । ଶ୍ରମିକମାନଙ୍କୁ ନେବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଆଶୀର୍ବାଦ ନାମକ ଏକ ଘରୋଇ ଭୁବନେଶ୍ଵର ପଠାଯାଇଥିଲା । ବସଟି ବାଲେଶ୍ଵରରୁ ଭୁବନେଶ୍ଵର ଆସିବା ବାଟରେ ଭଦ୍ରକ ଭଣ୍ଡାରୀପୋଖରୀ ନିକଟ​ରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା । ଭଣ୍ଡାରୀପୋଖରୀ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଆହତ ଡ୍ରାଇଭର ଓ ହେଲପରଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିବା ଜଣାପଡିଛି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories