www.samajalive.in
Sunday, December 7, 2025
14.1 C
Bhubaneswar

ଦାମନଯୋଡି ଯାଉଥିବା ଯାତ୍ରୀବାହୀ ବସ ଓଲଟିଲା

ବରଗଡ: ବିଳମ୍ବିତ ରାତିରେ ଓଲଟିଲା ଯାତ୍ରୀବାହୀ ବସ। ସମ୍ବଲପୁରରୁ ଦାମନଯୋଡି ଯାଉଥିବା ବେଳେ ବରପାଲି ଛକ କୁଶନପୁରୀ ନିକଟରେ ଡିଭାଇଡରକୁ ଧକ୍କା ଦେଇ ଘରୋଇ ବସଟି ଓଲଡି ପଡିଥିଲା। ଫଳରେ ବସରେ ଥିବା ୧୯ଜଣ ଯାତ୍ରୀ ଆହତ ହୋଇଛନ୍ତି। ସମସ୍ତ ଆହତ ବରଗଡ ଜିଲା ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ଗୁରୁତରଙ୍କୁ ବୁର୍ଲା ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ବସ ଡ୍ରାଇଭର ନିଶାସକ୍ତ ଅବସ୍ଥାରେ ଗାଡି ଚଳାଉଥିବାରୁ ଦୁର୍ଘଟଣା ଘଟିଥିବା ଯାତ୍ରୀ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ବରଗଡା ଓ ବରପାଲି ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories