www.samajalive.in
Sunday, December 7, 2025
26.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା ବସ୍, ଜଣେ ଗୁରୁତର

କାମାକ୍ଷାନଗର: ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ଓଲଟିଥିବା ଜଣାପଡ଼ିଛି। ଏଥିରେ ୫ଜଣ ଆହତ ହୋଇଥିବାବେଳେ ସେଥିମଧ୍ୟରୁ ଜଣେ ଗୁରୁତର ହୋଇଥିବା ଖବର ମିଳିଛି। ସମସ୍ତ ଆହତଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଛି।

- Advertisement -

ମିଳିଥିବା ସୂଚନା ଅନୁଯାୟୀ ଶ୍ରୀରାମଜୀ ନାମକ ଏକ ଘରୋଇ ବସ୍ (ଓଡି୦୧ଏସ୍ ୯୬୯୧) ରାଉରକେଲାରୁ ବାଲେଶ୍ବର ଅଭିମୁଖେ ଯାଉଥିଲା। ଢେଙ୍କାନାଳ ଜିଲାର କାମାକ୍ଷାନଗର ଥାନା ରାମିଆଳ ବ୍ରିଜ ନିକଟରେ ରାତି ପ୍ରାୟ ୩ଟା ବେଳକୁ ଏହି ବସ୍‌ଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡ଼ିଥିଲା। ଉକ୍ତ ସମୟରେ ଏନଏଚ ସମ୍ପ୍ରସାରଣ କାର୍ଯ୍ୟରେ ନିୟୋଜିତ ଏକ ହାଇୱା ବସ୍‌ ସମ୍ମୁଖକୁ ଚାଲି ଆସିଥିଲା। ଫଳରେ ଭାରସାମ୍ୟ ହରାଇ ବସ୍‌ଟି ଓଲଟି ପଡ଼ିଥିଲା। ବସରେ ୩୦ରୁ ଉର୍ଦ୍ଧ୍ବ ଯାତ୍ରୀ ଥିଲେ। ବସ୍‌ ଓଲଟି ପଡ଼ିବା ଦ୍ବାରା ୫ଜଣ ଯାତ୍ରୀ ଆହତ ହୋଇଥିବାବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories