www.samajalive.in
Monday, December 8, 2025
27.1 C
Bhubaneswar

ବାଇକକୁ ଧକ୍କା ଦେଇ ଜଳିଗଲା ବସ୍‌‌

ସମାଜ ଡିଜିଟାଲ ଡେସ୍କ: ଯାଜପୁର ଜିଲା ଏନଏଚ-୧୬ ଛତିଆ ନିକଟରେ ଦୁର୍ଘଟଣା। ବାଇକକୁ ଧକ୍କା ଦେଇଥିଲା ଯାତ୍ରୀବାହୀ ବସ୍‌‌। ଫଳରେ ପ୍ରଥମେ ବାଇକରେ ନିଆଁ ଲାଗିବା ପରେ ବସଟି ଜଳିଯାଇଛି। ଏହି ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଥିବା ବେଳେ ୨ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସୂଚନା ଅନୁସାରେ ଆଜି ସକାଳୁ ଚକାଡୋଳା ନାମକ ଏକ ବସ ବାରିପଦାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିଲା। ଏହି ସମୟରେ ଏନଏଚ-୧୬ ଛତିଆ ନିକଟରେ ବସଟି ଦୁର୍ଘଟଣା ଘଟିଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ସହ କିଛି ସମୟ ପାଇଁ ରାସ୍ତାରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories