ଯାଜପୁର: ହାଇଓ୍ବାକୁ ଧକ୍କା ଦେଲା ବସ୍। ଜଣେ ମୃତ, ୧୦ ଆହତ। ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଏନଏଚ୍ ୧୬ କଡେଇ ଛକ ନିକଟରେ। ଏକ ହାଇଓ୍ବାକୁ ବସ୍କୁ ଧକ୍କା ଦେଇଛି। ଦୁର୍ଘଟଣାରେ ବସ୍ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବାବେଳେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବସ୍ଟି ପ୍ରାୟ ୫୦ ଜଣ ଯାତ୍ରୀଙ୍କୁ ନେଇ ବାରିପଦାରୁ ଭୁବନେଶ୍ଵରକୁ ଆସୁଥିବାବେଳେ ଏଭଳି ଅଘଟଣ ଘଟିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।
Popular Categories



