www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରକକୁ ପିଟିଲା ବସ୍, ଦୁଇ ମୃତ

ଯାଜପୁର: ସିମେଣ୍ଟ ବୋଝେଇ ଟ୍ରକକୁ ପିଟିଲା ବସ୍, ଦୁଇ ମୃତ। ଯାଜପୁର ବଡଚଣା କଡେଇ ଛକରେ ମର୍ମନ୍ତଦ ଦୁର୍ଘଟଣା ଘଟିଛି। ଏକ ସିମେଣ୍ଟ ବୋଝେଇ ଟ୍ରକ ସହ ବସ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ବସ୍ ଡ୍ରାଇଭର ଓ କଣ୍ଡକ୍ଟର ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ ୧୩ ଜଣ ଆହତ ମଧ୍ୟ ହୋଇଛନ୍ତିି । ୭ ଗୁରୁତରଙ୍କୁ କଟକ ଏସସିବି ମେଡିକାଲ ସ୍ଥାନାନ୍ତର କରାଯାଇଛି। ବସ୍ ଟି ପର୍ଯ୍ୟଟକଙ୍କୁ ନେଇ ପଶ୍ଚିମବଙ୍ଗରୁ ପୁରୀ ଆସୁଥିବାବେଳେ ଏହି ଅଘଟଣ ଘଟିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

Related Articles

Popular Categories