www.samajalive.in
Saturday, December 6, 2025
14.1 C
Bhubaneswar

ବସ୍-ତେଲ ଟ୍ୟାଙ୍କର ଧକ୍କା: ୧୦ ଆହତ, ଦୁଇ ଜଣଙ୍କ ଅବସ୍ଥା ଗୁରୁତର

କେନ୍ଦ୍ରାପଡା: ବସ୍-ତେଲ ଟ୍ୟାଙ୍କର ଧକ୍କା, ୧୦ ଆହତ। କେନ୍ଦ୍ରାପଡା ଜିଲ୍ଲା ମାର୍ଶାଘାଇ ଥାନା ଏନଏଚ୍ ୫୩ ହଜାରି ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳେ ଏକ ଯାତ୍ରୀବାହୀ ବସ୍ ପାରାଦୀପରୁ ଚଣ୍ଡିଖୋଲ ଅଭିମୁଖେ ଯାଉଥିଲା। ବସ୍‌ ଟି ଦ୍ରୁତ ଗତିରେ ଥିବାବେଳେ ହଜାରି ଛକ ନିକଟରେ ଏକ ତେଲ ଟ୍ୟାଙ୍କରକୁ ଧକ୍କା ଦେଇଥିଲା। ଫଳରେ ଏହି ଦୁର୍ଘଟଣାରେ ବସରେ ଥିବା ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।  ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ବସ୍ ଏବଂ ତେଲ ଟ୍ୟାଙ୍କରଟିକୁ ଅଟକ ରଖି ଅଧିକ ତଦନ୍ତ ଜାରି ରଖିଛି। ସେପଟେ ଆହତଙ୍କ ମଧ୍ୟରୁ ଦୁଇ ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories