www.samajalive.in
Friday, December 5, 2025
26.1 C
Bhubaneswar

ଟ୍ରକ ପଛରେ ପିଟିଲା ଯାତ୍ରୀବାହୀ ବସ୍‌: ଦୁଇ ଜଣ ମୃତ

ଜଳେଶ୍ୱର: ଟ୍ରକକୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍ । ଫଳରେ ଘଟଣାସ୍ଥଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଗୁରୁତର ହୋଇଛନ୍ତି । ମୃତକ ହେଲେ ବସ ଚାଳକ କଟକ ଜିଲ୍ଲା ସାଲେପୁର ଅଞ୍ଚଳର ମୀର ଅବଦୁଲ ରହିମ୍ ଓ ହେଲପର ମାହାଙ୍ଗାର ନୃସିଂହ ଖଟୁଆ।

ସୂଚନା ଅନୁସାରେ ଜଳେଶ୍ଵର ସ୍ଥିତ ଲକ୍ଷ୍ମଣନାଥ ଟୋଲ ପ୍ଲାଜା ନିକଟ ନୂଆ କୋର୍ଟ ସମ୍ମୁଖରେ ବିଳମ୍ବିତ ରାତିରେ ଡଲଫିନ ଯାତ୍ରୀବାହୀ ବସ୍ ଭୁବନେଶ୍ୱରରୁ କଲିକତା ଯାଉଥିବାବେଳେ ରାସ୍ତା କଡରେ ଛିଡା ହୋଇଥିବା କୁଣ୍ଡା ବୋଝେଇ ଟ୍ରକକୁ ପିଟିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସମସ୍ତ ଗୁରୁତର ଜଳେଶ୍ୱର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ୪ଜଣ ଗୁରୁତରକୁ ବାଲେଶ୍ୱର ପଠାଯାଇଛି। ବସରେ ମୋଟ ୨୨ରୁ ଅଧିକ ଯାତ୍ରୀ ଥିଲେ। ଖବର ପାଇ ଘଟଣା ସ୍ଥଳରେ ଜଳେଶ୍ୱର ପୋଲିସ, ଅଗ୍ନିଶମ ବାହିନୀ ପହଂଚି ଯାତ୍ରୀମାନଙ୍କୁ ଉଦ୍ଧାର କରିଥିଲେ। ଗୁରୁତର ଯାତ୍ରୀ ମାନଙ୍କୁ ଆମ୍ବୁଲାନ୍ସ ଦ୍ୱାରା ଜଳେଶ୍ୱର ଜିକେ ଭଟ୍ଟର ହସ୍ପିଟାଲକୁ ଅଣାଯାଇଥିଲା ବେଳେ ସେଥିମଧ୍ୟରୁ ଅଧିକ ଗୁରୁତର ୪ଜଣ ଯାତ୍ରୀକୁ ବାଲେଶ୍ୱର ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଜଳେଶ୍ୱର ପୋଲିସର ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories