www.samajalive.in
Saturday, December 6, 2025
14.1 C
Bhubaneswar

ବସକୁ ଧକ୍କା ଦେଲା ଟ୍ରକ୍‍: ୫ମୃତ

ସମାଜ ଡିଜିଟାଲ ଡେସ୍କ: ଯାତ୍ରୀବାହି ବସକୁ ଧକ୍କା ଦେଲା ଟ୍ରକ୍‍ । ଘଟଣା ସ୍ଥଳରେ ୫ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିବା ବେଳେ ୧୦ରୁ ଅଧିକ ଗୁରୁତର ହୋଇଛନ୍ତି । ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି ସୁନ୍ଦରଗଡ ଜିଲା କେ.ବଲାଙ୍ଗା ଏନ୍‍ଏଚ୍‍ ୫୨୦ ରାସ୍ତାରେ । ରାସ୍ତା ଜାମ୍‍ ଯୋଗୁ ବସଟି ରଙ୍ଗ ରୁଟ୍‍ ରେ ଆସୁଥିଲା ।

ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । ସମସ୍ତ ଗୁରୁତରଙ୍କୁ ରାଉରକେଲା ସରକାରୀ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି । ତେବେ ବସଟି ରାଉରକେଲାରୁ ଆସୁଥିବା ବେଳେ ଦୁର୍ଘଟଣାର ଶିକାର ହୋଇଛି । ବସରେ କେତେ ଯାତ୍ରୀ ଥିଲେ ତାହା ଅସ୍ପଷ୍ଟ ରହିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories