www.samajalive.in
Friday, December 5, 2025
17.1 C
Bhubaneswar

କାର୍ ଧକ୍କାରେ ପରିବା ବ୍ୟବସାୟୀ ଗୁରୁତର

ନୟାଗଡ: ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ସୁବଳିଆ ଛକ ନିକଟରେ ଅଭାବନୀୟ ଘଟଣା ଘଟିଛି। ଆଜି(ସୋମବାର) ସକାଳେ କାର ଧକ୍କାରେ ଜଣେ ପରିବା ବ୍ୟବସାୟୀ ଆହତ ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ବ୍ୟବସାୟୀ ଜଣକ ସୁବଳିଆ ଗାଁର ବସନ୍ତ ଦାସ ବୋଲି ଜଣାପଡିଛି।କାର୍‌ଟି ଭୁବନେଶ୍ୱରରୁ ଫୁଲବାଣୀ ଅଭିମୁଖେ ଯାଉଥିବାବେଳେ ଏଭଳି ଅଘଟଣ ଘଟିଛି।  ଦୁର୍ଘଟଣା ଘଟିବା ପରେ କାର୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ଏକ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇଯାଇଥିଲା।  ସେପଟେ ଉତ୍ତ୍ୟକ୍ତ ଲୋକ କ୍ଷତିପୂରଣ ଦାବି କରି ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡି ମଟର ଅଟକି ରହିଥିଲା। ପରେ ଦଶପଲ୍ଲା ପୁଲିସ ପହଞ୍ଚି  ବୁଝାସୁଝା କରିବା ପରେ ଆନ୍ଦୋଳନ ହଟିଥିଲା।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories