www.samajalive.in
Saturday, December 6, 2025
14.1 C
Bhubaneswar

ମହାନ ବିପ୍ଲବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ

ଭୁବନେଶ୍ୱର: ମହାନ ବିପ୍ଲବୀ ବକ୍ସି ଜଗବନ୍ଧୁଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଭୁବନେଶ୍ୱର ସ୍ଥିତ ମ୍ୟୁଜିୟମ ଛକରେ ବକ୍ସି ଜଗବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି । ଉକ୍ତ କାର୍ୟ୍ୟକ୍ରମରେ ଓଡିଶା ପର୍ୟ୍ୟଟନ ଉନ୍ନୟନ ନିଗମ ଅଧ୍ୟକ୍ଷ ଡ. ଲେନିନ ମହାନ୍ତି, ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ସରୋଜ କୁମାର ସାମଲ, ଅତିରିକ୍ତ ନିର୍ଦ୍ଦେଶକ ଶ୍ରୀ ସନ୍ତୋଷ କୁମାର ଦାସ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ବିପ୍ଲବୀ ମାନଙ୍କ ସ୍ମୃତି ଚାରଣ କରିଥିଲେ ।
ଏହି ଅବସରରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅଧିକାରୀ ପ୍ରମୋଦିନୀ ଟେଟେ, ବୁଦ୍ଧିଜୀବୀ, ସମାଜସେବୀ, ବିଭିନ୍ନ ସଂଗଠନର ପ୍ରତିନିଧି ଓ କର୍ମକର୍ତ୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories