www.samajalive.in
Saturday, December 13, 2025
26.1 C
Bhubaneswar

ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ରିଓ

୧୬ ପୂର୍ବରୁ ସଂଖ୍ୟାଗରିଷ୍ଠତା ପ୍ରମାଣ ଦେବେ

ନୂଆଦିଲ୍ଲୀ : ନାଗାଲାଣ୍ଡର ନୂତନ ମୁଖ୍ୟମନ୍ତ୍ରୀ ଭାବେ ନ୍ୟାସନାଲିଷ୍ଟ ଡେମୋକ୍ରାଟିକ୍‌ ପ୍ରୋଗ୍ରେସିଭ୍‌ ପାର୍ଟି (ଏନ୍‌ଡିପିପି)ର ନେତା ନେଇଫିଉ ରିଓ ଗୁରୁବାର ଶପଥ ଗ୍ରହଣ କରିବେ। ୬୦ ଆସନ ବିଶିଷ୍ଟ ବିଧାନସଭାରେ ମାର୍ଚ୍ଚ ୧୬ ପୂର୍ବରୁ ତାଙ୍କୁ ସଂଖ୍ୟା ଗରିଷ୍ଠତା ପ୍ରମାଣ ଦେବାକୁ ହେବ। ରିଓଙ୍କ ପ୍ରତି ଭାଜପା ବିଧାୟକଙ୍କ ସମେତ ୩୨ ବିଧାୟକଙ୍କର ସମର୍ଥନ ରହିଥିବା ଜଣାପଡିଛି। ଅନ୍ୟପକ୍ଷରେ ଟି. ଆର୍‌. ଜେଲିଆଙ୍ଗ ବୁଧବାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ମଧ୍ୟ ରାଜ୍ୟରେ ସରକାର ଗଠନ କରିବାକୁ ରାଜ୍ୟପାଳଙ୍କ ନିକଟରେ ଦାବି ଉପସ୍ଥାପନ କରିଥିଲେ। ତାଙ୍କ ନେତୃତ୍ୱାଧୀନ ନାଗା ପିପୁଲ୍‌ସ ଫ୍ରଣ୍ଟ  ଶେଷ ହୋଇଥିବା ବିଧାନସଭା ନିର୍ବାଚନରେ ୨୭ ଆସନରେ ଜିତି ସବୁଠାର ବଡ଼ ଦଳ ଭାବେ ଉଭା ହୋଇଥିଲେ ମଧ୍ୟ ସରକାର ଗଠନ ଲାଗି ଆବଶ୍ୟକ ସଂଖ୍ୟାଗରିଷ୍ଠତା (୩୧ ଆସନ) ହାସଲ କରି ପାରି ନ ଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories