www.samajalive.in
Saturday, December 13, 2025
26.1 C
Bhubaneswar

ନିଟ୍‌ ପାଇଁ ଆଧାର ପଞ୍ଜିକରଣ ବାଧ୍ୟତାମୂଳକ ନୁହେଁ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ନିଟ୍‌-୨୦୧୮ ଏବଂ ଅନ୍ୟାନ୍ୟ ସର୍ବଭାରତୀୟ ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀମାନଙ୍କୁ ପଞ୍ଜିକରଣ ନିମନ୍ତେ ଆଧାର ନମ୍ବରକୁ ବାଧ୍ୟତାମୂଳକ ନ କରିବା ପାଇଁ ସୁପ୍ରିମକୋର୍ଟ ବୁଧବାର ସିବିଏସଇକୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ଦୀପକ ମିଶ୍ରଙ୍କ ଅଧ୍ୟକ୍ଷତାରେ ୫ଜଣ ବିଚାରପତିଙ୍କୁ ନେଇ ଗଠିତ ବେଞ୍ଚ ସିବିଏସଇକୁ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆଧାର ନମ୍ବରକୁ ବାଧ୍ୟତାମୂଳକ କରିବା ପାଇଁ ସିବିଏସଇକୁ କୌଣସି ଅଧିକାର ଦିଆଯାଇନାହିଁ ବୋଲି ପୂର୍ବରୁ ୟୁଆଇଡିଏଆଇ ସୁପ୍ରିମକୋର୍ଟଙ୍କୁ ଅବଗତ କରାଇଛନ୍ତି। ସିବିଏସଇର ଏହି ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ହୋଇଥିବା ଆବେଦନର ଶୁଣାଣିବେଳେ ୟୁଆଇଡିଏଆଇ ପକ୍ଷରୁ ଏହା କୁହାଯାଇଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories