www.samajalive.in
Monday, December 15, 2025
26.1 C
Bhubaneswar

ଉଚ୍ଚଶିକ୍ଷା ବିଭାଗର ନିର୍ଦେଶ; ‘ସି-ବକ୍ସ’ ପୋର୍ଟାଲରେ ପହିଲା ସୁଦ୍ଧା ତଥ୍ୟ ଦିଅ

ଭୁବନେଶ୍ବର: ଉଚ୍ଚଶିକ୍ଷା ବିଭାଗ ଅଧୀନ ମହାବିଦ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟି (ଆଇସିସି) ତଥ୍ୟ ଗୋଟିଏ ପୋର୍ଟାଲରେ ରହିବ। ଏନେଇ ସମସ୍ତ ମହାବିଦ୍ୟାଳୟକୁ ବିଭାଗ ପକ୍ଷରୁ ନିର୍ଦେଶ ଦିଆଯାଇଛି। ଉଚ୍ଚଶିକ୍ଷା ବିଭାଗ ଅଧୀନ ଆଞ୍ଚଳିକ ଶିକ୍ଷା ନିର୍ଦେଶକ ଏ ଦିଗରେ ପଦକ୍ଷେପ ନେବାକୁ ପରାମର୍ଶ ଦିଆଯାଇଛି। ବିଭାଗର ଯୁଗ୍ମ ସଚିବ ମୌସୁମୀ ନାୟକଙ୍କ ଏନେଇ ମହାବିଦ୍ୟାଳୟ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି। ଚିଠିରେ ଉଲ୍ଲେଖ କରିଛନ୍ତି ଯେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ‘ସି-ବକ୍ସ’ ପୋର୍ଟାଲ ପ୍ରସ୍ତୁତ କରାଯାଇଛି। ଏହି ପୋର୍ଟାଲରେ ଆଭ୍ୟନ୍ତରୀଣ ଅଭିଯୋଗ କମିଟି(ଆଇସିସି)/ଲୋକାଲ କମିଟି, କାର୍ଯ୍ୟସ୍ଥଳୀରେ ମହିଳା ନିର୍ଯାତନା ଅଭିଯୋଗଗୁଡ଼ିକ ଗ୍ରହଣ ସହ ତା’ର ସମାଧାନ ଉପଲବ୍ଧ ରହିବ। ସମସ୍ତ ବିଭାଗସ୍ତରୀୟ/ଅଫିସ୍‌ସ୍ତରୀୟ ଆଇସିସି ଏହି ପୋର୍ଟାଲରେ ଉପଲବ୍ଧ ହେବ। ବିଭାଗ ଅଧୀନ ସରକାରୀ, ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟଗୁଡ଼ିକ ଆଇସିସିର ସମ୍ପୂର୍ଣ୍ଣ ତଥ୍ୟ ‘ସି-ବକ୍ସ’ ପୋର୍ଟାଲରେ ଅଗଷ୍ଟ ପହିଲା ସୁଦ୍ଧା ଦାଖଲ କରିବେ। ତଥ୍ୟ ଦାଖଲ ସହ ଲଗ୍‌ଇନ୍‌ ସମ୍ବନ୍ଧରେ ବିଭାଗ ପକ୍ଷରୁ ମହାବିଦ୍ୟାଳୟକୁ ଅବଗତ କରାଯାଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories