www.samajalive.in
Sunday, December 14, 2025
15.1 C
Bhubaneswar

କେନ୍ଦ୍ରଗୃହ ମନ୍ତ୍ରୀଙ୍କ ବଡ ଘୋଷଣା; ନିର୍ବାଚନ ପୂର୍ବରୁ ଲାଗୁ ହେବ ସିଏଏ

ସମାଜ ଡିଜିଟାଲ ଡେସ୍କ: ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ସମ୍ପର୍କରେ ଶନିବାର କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଲୋକସଭା ନିର୍ବାଚନ ପୂର୍ବରୁ ଦେଶରେ ସିଏଏ କାର୍ଯ୍ୟକାରି କରିବା ପାଇଁ ବିଜ୍ଞପ୍ତି ଜାରି କରାଯିବ । ୨୦୧୯ ପୂର୍ବରୁ ଏହି ଆଇନ ପ୍ରସ୍ତୁତ ହୋଇରହିଛି ଏବଂ ୨୦୨୪ ନିର୍ବାଚନ ପୂର୍ବରୁ ଏହା ଦେଶରେ ଲାଗୁ କରାଯିବ । ଏହାସହ ଗୃହମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ ସିଏଏ କୌଣସି ଭାରତୀୟଙ୍କ ନାଗରିକତା ଛଡାଇ ନେବନାହିଁ, ବରଂ ଯେଉଁମାନେ ପାକିସ୍ତାନ, ଆଫଗାନିସ୍ତାନ ଓ ବାଂଲାଦେଶରୁ ଉତ୍ପୀଡନ ହୋଇ ଭାରତରେ ଶରଣ ନେଇଛନ୍ତି ସେହି ଲୋକମାନଙ୍କୁ ନାଗରିକତା ଦେବ ।
ସେପଟେ ଆଗାମି ନିର୍ବାଚନରେ ବିଜେପି ଏକାକୀ ୩୭୦ଆସନରେ ଜିତିବ ବୋଲି ଦୃଢୋକ୍ତି ବାଢିଛନ୍ତି ଗୃହମନ୍ତ୍ରୀ ଅମିତ ଶାହା । ଏହାସହ ଏନଡିଏକୁ ମୋଟ ୪୦୦ରୁ ଅଧିକ ସିଟ ମିଳିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ପୁଣି ଥରେ ଦେଶର ସରକାର ଗଠନ ହେବ ବୋଲି ଶାହା କହିଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories