କ୍ୟାବିନେଟ୍ ବୈଠକ, ୧୫ ପ୍ରସ୍ତାବକୁ ମଞ୍ଜୁରୀ
ଡେସ୍କ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୁଧବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୫ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ପୁଷ୍ଟି ଯୋଜନାକୁ କ୍ୟାବିନେଟ ଅନୁମୋଦନ କରିଛି । ଓଡ଼ିଶା ଜିଏସଟି ଆଇନରେ ସଂଶୋଧନ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ସେହିପରି ଶୀତଳାପଲ୍ଲୀରେ ଟାଟା ଷ୍ଟିଲ ପକ୍ଷରୁ ପ୍ରସ୍ତାବିତ ମଲ୍ଟି ସ୍ବେଶାଲିଟି ହସ୍ପିଟାଲକୁ ସରକାର ଜମି ଯୋଗାଇ ଦେବା ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି। ଯୋଗାଯୋଗ ନ ଥିବା ଗାଁକୁ ମୁଖ୍ୟମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ନିର୍ମାଣ କରିବା ପ୍ରସ୍ତାକୁ ମଧ୍ୟକ୍ୟାବିନେଟ ଅନୁମୋଦନ କରିଛି । ଅବଢା ଯୋଜନାରେ ସଂଶୋଧନ ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ୍ ଅନୁମୋଦନ କରିଛି।
ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସୌରା ଭାଷାକୁ ସାମିଲ କରିବା ପାଇଁ କେନ୍ଦ୍ରକୁ ପ୍ରସ୍ତାବ ଦେବା ନିଷ୍ପତ୍ତିକୁ ମଧ୍ୟ କ୍ୟାବିନେଟ୍ ମଞ୍ଜୁରୀ ମିଳିଛି ।
Comments are closed.