www.samajalive.in
Sunday, December 7, 2025
18.1 C
Bhubaneswar

ନୂଆମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବଣ୍ଟନ

ଭୁବନେଶ୍ୱର : ସୋମବାର ପୂର୍ବାହ୍ନରେ ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ ଶପଥ ଗ୍ରହଣ ସମାରୋହରେ ନୂଆ କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଏବଂ ସାରଦା ପ୍ରସାଦ ନାୟକ ଶପଥ ଗ୍ରହଣ କରିଛନ୍ତି । ଏହାପରେ ୩ ନୂଆ କ୍ୟାବିନେଟ ମନ୍ତ୍ରୀଙ୍କ ମଧ୍ୟରେ ବିଭାଗ ବଣ୍ଟନ ହୋଇଛି। ବିକ୍ରମ କେଶରୀ ଆରୁଖଙ୍କୁ ଅର୍ଥ ବିଭାଗ ଦାୟିତ୍ୱ, ସୁଦାମ ମାର୍ଣ୍ଡି ହେଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ଓ ସାରଦା ନାୟକଙ୍କୁ ଶ୍ରମ ବିଭାଗ ଦାୟିତ୍ୱ ମିଳିଛି।
ଶପଥ ଗ୍ରହଣ ସମାରୋହରେ ପ୍ରଥମେ  ବିକ୍ରମ କେଶରୀ ଆରୁଖ ଶପଥ ନେଇଥିଲେ। ପରେ ପଦ ଓ ଗୋପନୀୟତାର ଶପଥ ନେଇଥିଲେ ସୁଦାମ ମାର୍ଣ୍ଡି । ତୃତୀୟ ମନ୍ତ୍ରୀ ଭାବେ ଶପଥ ନେଇଥିଲେ ସାରଦା ପ୍ରସାଦ ନାୟକ ।  ରାଜ୍ୟପାଳ ପ୍ରପେସର ଗଣେଶୀ ଲାଲ ସମସ୍ତଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

Hot this week

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

Related Articles

Popular Categories