www.samajalive.in
Monday, December 15, 2025
27.1 C
Bhubaneswar

୧୦ ପ୍ରସ୍ତାବକୁ କ୍ୟାବିନେଟ ମୋହର

ସମାଜ ଡିଜିଟାଲ ଡେସ୍କ: ରାଜ୍ୟ ସରକାର କ୍ୟାବିନେଟ ବୈଠକରେ ୧୦ଟି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ମାରିଛନ୍ତି। ୭ଟି ବିଭାଗର ଏହି ପ୍ରସ୍ତାବଗୁଡ଼ିକୁ ମଞ୍ଜୁରୀ ମିଳିଥିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ସୂଚନା ଦେଇଛନ୍ତି। ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ପାଇଁ କ୍ୟାବିନେଟ ମଞ୍ଜୁରୀ ମିଳିଛି। ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସହିତ ମିଳିତ ଭାବେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଏଥିରେ ୩ କୋଟି ୪୬ ଲକ୍ଷ ହିତାଧିକାରୀ ଉପକୃତ ହେବେ। ୭୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ସରକାର ଆୟୁଷ୍ମାନ ବୟୋ-ବନ୍ଦନା ଯୋଜନା ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଏହା ବ୍ୟତୀତ ସରକାର ରାଜ୍ୟ ସଡ଼କ ନୀତି ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ଡିଏମଏଫ ନିୟମରେ ସଂଶୋଧନ କରାଯାଇଛି। ସଂଶୋଧିତ ନିୟମ ଅନୁଯାୟୀ ପ୍ରତ୍ୟକ୍ଷ ଭାବେ ପ୍ରଭାବିତ ଅଞ୍ଚଳର ପରିସୀମା ୧୦ କିଲୋମିଟରରୁ ୧୫ କିଲୋମିଟରକୁ ବୃଦ୍ଧି କରାଯାଇଛି। ସେହିପରି ମୃତ ସରକାରୀ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ଚାକିରି ନେଇ ରହିଥିବା ନିୟମକୁ ସଂଶୋଧନ କରାଯାଇଛି। ଚାକିରି ଥଇଥାନରେ ମାର୍କିଂ ବ୍ୟବସ୍ଥାକୁ ଉଠାଇ ଦିଆଯାଇଛି। ଓଡ଼ିଶା ପ୍ରିଭେନସନ ଅଫ ଲ୍ୟାଣ୍ଡ ଏନକ୍ରୋଚମେଣ୍ଟ ସଂଶୋଧନ ପ୍ରସ୍ତାବ ଉପରେ ମୋହର ମରାଯାଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories