୫ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା

ନୂଆଦିଲ୍ଲୀ : ଗୁରୁବାର ପାଞ୍ଚଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା  ମିଳିଛି । ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ ଆସାମୀ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିବାକୁ କେନ୍ଦ୍ର କ୍ୟାବିନେଟରେ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ, ମାଲାୟାଲମ୍ ଏବଂ ଓଡ଼ିଆ ଭାଷାକୁ ଶାସ୍ତ୍ରୀୟ ମାନ୍ୟତା  ମିଳିଥିଲା । କ୍ୟାବିନେଟରେ ଏହି ନିଷ୍ପତ୍ତି ଦ୍ବାରା ଏବେ ଶାସ୍ତ୍ରୀୟ ମାନ୍ୟତା ପ୍ରାପ୍ତ ଭାଷାଗୁଡିକର ସଂଖ୍ୟା ୧୧କୁ ବୃଦ୍ଧି ପାଇବ ।

prayash

Comments are closed.