www.samajalive.in
Saturday, December 6, 2025
14.1 C
Bhubaneswar

ଆଜି କ୍ୟାବିନେଟ ବୈଠକ: ବିଭିନ୍ନ ବିଭାଗର ଏକାଧିକ ପ୍ରସ୍ତାବ ଉପରେ ହେବ ଆଲୋଚନା

ଭୁବନେଶ୍ବର: ରାଜ୍ୟରେ ନବଗଠିତ ବିଜେପି ସରକାରର ଦ୍ଵିତୀୟ କ୍ୟାବିନେଟ୍ ବୈଠକ ଆଜି  (ବୁଧବାର) ଅନୁଷ୍ଠିତ ହେବ। ଏହି ବୈଠକରେ ବିଭିନ୍ନ ବିଭାଗର ଏକାଧିକ ପ୍ରସ୍ତାବ ଉପରେ ଆଲୋଚନା ହୋଇପାରେ। ସେହିପରି ଆସନ୍ତା ୨୨ରୁ ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିବାରୁ ଏହି କ୍ୟାବିନେଟ ବୈଠକ ଖୁବ୍ ଗୁରୁତ୍ବପୂର୍ଣ୍ଣ।
ସୂଚନା ଅନୁସାରେ, ଆଜି ପୂର୍ବାହ୍ନ ୧୧ଟା ୩୦ରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଏକାଧିକ ପ୍ରସଙ୍ଗରେ ଆଲୋଚନା କରାଯିବ। ବିଜେପି ସରକାର ନିର୍ବାଚନ ଇସ୍ତାହାରରେ ଦେଇଥିବା ପ୍ରତିଶ୍ରୁତି ପୂରଣ କରିବା ଲାଗି ବୈଠକରେ ବହୁ ନିଷ୍ପତ୍ତି ନିଆଯିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ ଯେ, ଗତ ଜୁନ୍ ୧୨ ତାରିଖରେ ମୋହନ ସରକାର ଶପଥ ଗ୍ରହଣ ଦିନ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲା, ଶ୍ରୀମନ୍ଦିର ପାଇଁ ୫୦୦ କୋଟି ଟଙ୍କାର କର୍ପସ ପାଣ୍ଠି, ରାଜ୍ୟରେ ସମୃଦ୍ଧ କୃଷକ ନୀତି ଅଧୀନରେ ଧାନର ଏମଏସପି ୩୧୦୦ ଟଙ୍କାକୁ ବୃଦ୍ଧି ଏବଂ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ୫୦ ହଜାର ଟଙ୍କାର ଭାଉଚର ପ୍ରଦାନ ନେଇ ନିଷ୍ପତ୍ତି ହୋଇଥିଲା। ଏହି ନିଷ୍ପତ୍ତିର ବର୍ତ୍ତମାନର ସ୍ଥିତି ଏବଂ ଏହାକୁ କିପରି ସୁରୁଖୁରୁରେ କାର୍ଯ୍ୟକାରୀ କରାଯାଉଛି କିମ୍ବା କରାଯିବ, ସେନେଇ ବୈଠକରେ ଆଲୋଚନା ହେବ। ସେହିପରି ମୋହନ ସରକାର ନିଜର ୧୦୦ ଦିନିଆ କାର୍ଯ୍ୟଖସଡ଼ା ଉପରେ ଗୁରୁତ୍ୱ ଦେଉଥିବାବେଳେ ବୈଠକରେ ଆଉ କିଛି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି ଜଣାପଡ଼ିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories