www.samajalive.in
Sunday, December 7, 2025
26.1 C
Bhubaneswar

ରାଜ୍ୟ କ୍ୟାବିନେଟ୍‌‌ : ‘ମୋ ଘର’ ଯୋଜନାକୁ ମୋହର

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ନୂଆ ଯୋଜନାରେ ‘ମୋ ଘର’କୁ କ୍ୟାବିନେଟ୍‌‌ର ମୋହର ମିଳିଛି। ଘର ପାଇନଥିବା ହିତାଧିକାରୀ ମୋ ଘର ଯୋଜନାରେ ଘର କରିପାରିବେ। କଠୋର ଚୟନ ମାନଦଣ୍ଡ ଦ୍ୱାରା ବାଦ୍‌‌ ହିତାଧିକାରୀ ଉପକୃତ ହେବେ। ସ୍ୱଳ୍ପ ଗୃହ ମଞ୍ଜୁର ଲକ୍ଷ୍ୟଧାର୍ଯ୍ୟ ଯୋଗୁଁ ବଞ୍ଚିତ ହିତାଧିକାରୀ ଉପକୃତ ହେବେ। ସ୍ୱଳ୍ପ ଗୃହ ନିର୍ମାଣ ରାଶି ପାଇଥିବା ହିତାଧିକାରୀ ମଧ୍ୟ ଉପକୃତ ହେବେ। ଘର ତିଆରି ପାଇଁ ହିତାଧିକାରୀଙ୍କୁ ଋଣରେ ସବସିଡି ଦିଆଯିବ। ହିତାଧିକାରୀଙ୍କୁ ଘର ତିଆରି ପାଇଁ ୧ ଲକ୍ଷରୁ ୩ ଲକ୍ଷ ପର୍ଯ୍ୟନ୍ତ ଋଣ ମିଳିବ। ୧ ଲକ୍ଷ ଋଣ କଲେ ସାଧାରଣ ବର୍ଗଙ୍କୁ ୩୦,ଏସଟି/ଏସସିଙ୍କୁ ୪୦ ହଜାର ସବସିଡି ଦିଆଯିବ। ଦେଢ ଲକ୍ଷଙ୍କର ୪୫ ଓ ୫୫ ହଜାର, ୨ ଓ ୩ ଲକ୍ଷରେ ୬୦ ଓ ୭୦ ହଜାର ସବସିଡି ଦିଆଯିବ। ପ୍ରଥମ ବର୍ଷକୁ ବାଦ୍‌‌ ଦେଇ ବାକି ୧୦ ବର୍ଷ ମଧ୍ୟରେ ଋଣ ପରିଶୋଧ ହେବ। କଚ୍ଚା ଘର ଥିଲେ କିମ୍ବା ଗୋଟିଏ ବଖରା ଛାତ ଘର ଥିଲେ ଋଣ ପାଇବେ। ପାରିବାରିକ ମାସିକ ଆୟ ୨୫ ହଜାରରୁ କମ୍‌‌ ଥିଲେ ଋଣ ପାଇବେ। ୫ ଏକର ଜଳସେଚିବ, ୧୫ ଏକର ଅଣଜଳସେଚିତ ଜମିରୁ କମ୍‌‌ ଥିଲେ ମିଳିବ। ଋଣ ପାଇବାକୁ ସ୍ୱତନ୍ତ୍ର ୱେବସାଇଟରେ ଜୁନ୍‌‌ ୧୬ରୁ ଆବେଦନ ଆରମ୍ଭ। ହିତାଧିକାରୀ ଇଚ୍ଛା କଲେ ୧୦ ବର୍ଷ ପୂର୍ବରୁ ଋଣ ପରିଶୋଧ କରିପାରିବେ।

Hot this week

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

Related Articles

Popular Categories