www.samajalive.in
Wednesday, December 10, 2025
23.1 C
Bhubaneswar

ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ, ୧୩ଟି ପ୍ରସ୍ତାବରେ ଲାଗିଲା ମୋହର

ଭୁବନେଶ୍ବର: ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆଜି ମୁଖ୍ୟମନ୍ତ୍ରୀ ନବୀନ ବଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୩ଟି ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ ମିଳିଛି। ଆଜି ଅନୁମୋଦନ ଲାଗ କରିଥିବା ପ୍ରସ୍ତାବଗୁଡ଼ିକ ମଧ୍ୟରୁ ସେବା ସମ୍ବନ୍ଧୀୟ ୬ଟି ପ୍ରସ୍ତାବ ଉପରେ ମୋହର ମରାଯାଇଛି। ଆଜିର ବୈଠକରେ ୧୩ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଥିଲା ଏବଂ ସମସ୍ତ ପ୍ରସ୍ତାବକୁ ଅନୁମୋଦନ ମିଳିିଛି।

ମୁଖ୍ୟମନ୍ତ୍ରୀ ନବୀନ ବଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଓଡ଼ିଶା ସିଭିଲ ସର୍ଭିସ ବୟସ ସୀମା ୩୨ରୁ ୩୮ବର୍ଷକୁ ବୃଦ୍ଧି କରାଯାଇଛି। ସେହିପରି ନଗର ଉନ୍ନୟନ ବିଭାଗରେ ୩୬୫ ଇଞ୍ଜିନିୟର ପଦବୀ ସୃଷ୍ଟି ହୋଇଛି। ପିଏଚଏଫଆଇ ପ୍ରତିଷ୍ଠା ଲାଗି ୫ ଏକର ଜମି ଦେବାକୁ ନିଷ୍ପତ୍ତି ହୋଇଥିବାବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୦ଟି ନୂଆ ଇ-ବସ କିଣିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏହି ନୂଆ ଇ-ବସଗୁଡ଼ିକ ରାଜଧାନୀ ସମେତ ରାଜ୍ୟର ବିଭିନ୍ନ ସହରରେ ଗଡ଼ିବ ବୋଲି କୁହାଯାଇଛି।

- Advertisement -

ସେହିପରି ୧୧୦ଟି ସହରାଞ୍ଚଳରେ ଏଲଇଡି ଲାଇଟ ଲଗାଇବା ପାଇଁ ୩୧୨ କୋଟି ୧୮ ଲକ୍ଷ ଅନୁମୋଦନ ହୋଇଥିବାବେଳେ ଜଗନ୍ନାଥ ସଂସ୍କୃତିର ପ୍ରଚାର ପ୍ରସାର ପାଇଁ ସଚେତନତା ସୃଷ୍ଟି ହେବ। ଆମ ଓଡ଼ିଶା-ନବୀନ ଓଡ଼ିଶାକୁ ଆହୁରୀ ବ୍ୟାପକ କରାଯିବାକୁ ବୈଠକରେ ନିଷ୍ପତ୍ତି ନିଆଯାଇଛି ବୋଲି ବୈଠକ ଶେଷର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି।

Hot this week

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ଉପରେ ସମୀକ୍ଷା

ଭୁବନେଶ୍ୱର: ଖାରବେଳ ଭବନରେ ଗଙ୍ଗୁଆ ନଳା ଉନ୍ନତି ପ୍ରକଳ୍ପ ସମ୍ବନ୍ଧୀୟ ଏକ...

ଅନିଲ ଅମ୍ବାନୀଙ୍କ ପୁଅ ବିରୋଧରେ ମାମଲା

ନୂଆଦିଲ୍ଲୀ: ଏକ ବ୍ୟାଙ୍କ ଠକେଇ ମାମଲାରେ ସିବିଆଇ ପକ୍ଷରୁ ବିଶିଷ୍ଟ ଶିଳ୍ପପତି...

ଆସନ୍ତା ୧୩ ରୁ ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର : ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା...

Related Articles

Popular Categories