www.samajalive.in
Sunday, December 14, 2025
19.1 C
Bhubaneswar

ବିର୍ସା ମୁଣ୍ଡାଙ୍କ ଜୟନ୍ତୀକୁ ‘ଜନଜାତୀୟ ଗୌରବ ଦିବସ’ ଘୋଷଣା

ନୂଆଦିଲ୍ଲୀ : ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଆଦିବାସୀ ଜନନାୟକ ସ୍ୱର୍ଗତ ବିର୍ସା ମୁଣ୍ଡାଙ୍କ ନଭେମ୍ବର ୧୫ରେ ଜନ୍ମ ଜୟନ୍ତୀକୁ କେନ୍ଦ୍ର ସରକାର ‘ଜନଜାତୀୟ ଗୌରବ ଦିବସ’ ଭାବେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।
ନଭେମ୍ବର ୧୫ ତାରିଖରେ ବିର୍ସା ମୁଣ୍ଡା ଜନ୍ମ ଜୟନ୍ତୀକୁ ଆଦିବାସୀ ସ୍ୱାଧୀନତା ସଂଗ୍ରାମୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ସମର୍ପିତ କରାଯାଇଛି। ନଭେମ୍ବର ୧୫ରୁ ୨୨ତାରିଖ ପର୍ଯ୍ୟନ୍ତ ‘ଜନଜାତୀୟ ଗୌରବ ଦିବସ’ ପାଳନ ହେବ। ଯାହାଫଳରେ ଭବିଷ୍ୟତ ପିଢ଼ି ଦେଶ ପାଇଁ ବଳିଦାନ ଦେଇଥିବା ଆଦିବାସୀ ନେତାଙ୍କ ସମ୍ପର୍କରେ ଜାଣିବାର ସୁଯୋଗ ପାଇବ। ଏହି ସପ୍ତାହବ୍ୟାପୀ କାର୍ଯ୍ୟକ୍ରମକୁ ରାଜ୍ୟ ସରକାରଙ୍କ ସହ ମିଶି କେନ୍ଦ୍ର ସରକାର ପାଳନ କରିବେ। ଓଡ଼ିଶା ସରକାର ରାଉରକେଲାଠାରେ ନିର୍ମାଣ କରୁଥିବା ଦେଶର ସର୍ବବୃହତ ହକି ଷ୍ଟାଡ଼ିୟମକୁ ବିର୍ସା ମୁଣ୍ଡାଙ୍କ ନାଁରେ ନାମିତ କରିଥିବାବେଳେ କେନ୍ଦ୍ର ସରକାରଙ୍କ ଦ୍ୱାରା ଏହି ଘୋଷଣା ରାଜ୍ୟ ପାଇଁ ଗୌରବ ଆଣିଦେଇଛି।
ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ବ୍ୟକ୍ତ କରି କହିଛନ୍ତି ଯେ, ବିର୍ସା ମୁଣ୍ଡାଙ୍କ ସମ୍ମାନରେ ତାଙ୍କର ଜୟନ୍ତୀ ଦିବସଠାରୁ ଏକ ସପ୍ତାହ ପର୍ଯ୍ୟନ୍ତ ‘ଜନଜାତୀୟ ଗୌରବ ଦିବସ’ ପାଳନ କରିବା ପାଇଁ ଭାରତ ସରକାରା ଯୁଗାନ୍ତକରୀ ନିଷ୍ପତ୍ତି ନେଇଛନ୍ତିି। ଏହି ନିର୍ଣ୍ଣୟ ଓଡ଼ିଶା ସମେତ ଦେଶର ଜନଜାତି ସଂପ୍ରଦାୟଙ୍କ ବୀରଗାଥା ଏବଂ ଗୌରବମୟ ଇତିହାସକୁ ଉଜ୍ଜିବୀତ କରିବା ସଙ୍ଗେସଙ୍ଗେ ସେମାନଙ୍କ ସଂସ୍କୃତି, ପରମ୍ପରା ସାରା ଭାରତବର୍ଷରେ ଆଦୃତ କରାଇବାରେ ସହାୟକ ହେବ।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories