www.samajalive.in
Monday, December 8, 2025
14.1 C
Bhubaneswar

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ : ଆଜି ସନ୍ଧ୍ୟାରେ ଶେଷ ହେବ ପ୍ରଚାର

ନୂଆଦିଲ୍ଲୀ/ଭୁବନେଶ୍ବର : ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସନ୍ଧ୍ୟାରେ ପ୍ରଚାର ଅଭିଯାନ ଶେଷ ହେବ। ଶେଷ ଦିନରେ ଭୋଟରଙ୍କ ନିକଟରେ ପହଞ୍ଚିବା ପାଇଁ ସବୁ  ଦଳର ରାଜନେତାମାନେ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ଆସନ୍ତା ଗୁରୁବାର ୧୮ ତାରିଖରେ ୧୨ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୯୭ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ଭୋଟ ଗ୍ରହଣ କରାଯିବ।

ଏହି ପର୍ଯ୍ୟାୟରେ ରାଜ୍ୟର ୫ଟି ଲୋକସଭା ଆସନ ନିମନ୍ତେ ୩୫ ଜଣ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ୨୪୪ ଜଣ ପ୍ରାର୍ଥୀ ନିର୍ବାଚନ ମୈଦାନରେ ଅଛନ୍ତି।

- Advertisement -

ଏହି ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, କନ୍ଧମାଳ ଓ ଆସ୍କା  ଲୋକସଭା ଆସନ ଏବଂ ଏହା ଅନ୍ତର୍ଗତ ୩୫ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ମୋଟ ୯୧୧୭ଟି ବୁଥରେ ୩୯,୪୫,୦୨୫ ପୁରୁଷ, ୩୭,୪୭,୪୯୩ ମହିଳା ଭୋଟର ଏବଂ ୬୦୫ ଜଣ ତୃତୀୟ ଲିଙ୍ଗ ଭୋଟରଙ୍କୁ ମିଶାଇ ବୋଟ ୭୬ ଲକ୍ଷ, ୯୩ ହଜାର୧୨୩ ଜଣ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories