www.samajalive.in
Tuesday, December 9, 2025
15.1 C
Bhubaneswar

ଗୁରୁବାର ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲର ଶେଷଦିନ

ନୂଆଦିଲ୍ଲୀ: ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ନିମନ୍ତେ ଗୁରୁବାର ପ୍ରାର୍ଥୀପତ୍ର ଦାଖଲର ଶେଷଦିନ। ଏହି ପର୍ଯ୍ୟାୟରେ ୧୪ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୧୧୫ଟି ଆସନ ପାଇଁ ଏପ୍ରିଲ ୨୩ରେ ନିର୍ବାଚନ ଅନୁଷ୍ଠିତ ହେବ।

ତୃତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲର ଶେଷଦିନ ପୂର୍ବରୁ ଉତ୍ତରପ୍ରଦେଶ ରାମପୁର ଆସନରୁ ବିଜେପି ପ୍ରାର୍ଥୀ ଜୟା ପ୍ରଦା, ବଦାୟୁ ଆସନରୁ ସମାଜବାଦୀ ପାର୍ଟି ପ୍ରାର୍ଥୀ ଧର୍ମେନ୍ଦ୍ର ଯାଦବ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଅନ୍ୟ ପକ୍ଷରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ପ୍ରତି ଅରୁଚିକର ମନ୍ତବ୍ୟ ଦେଇଥିବା ଅଭିଯୋଗରେ ଶାମଲୀରୁ ବିଜେପି ପ୍ରାର୍ଥୀ ହୋଇଥିବା ତେଜେନ୍ଦ୍ର ନିରୱାଲଙ୍କ ବିରୁଦ୍ଧରେ ଏତଲା ଦାୟର କରାଯାଇଛି। ଆଦର୍ଶ ଆଚରଣ ବିଧି ଲଙ୍ଘନ ଅଭିଯୋଗରେ ସାହାରନପୁର କଂଗ୍ରେସ ପ୍ରାର୍ଥୀ ଇମ୍ରାନ ମାସୁଦଙ୍କ ବିରୁଦ୍ଧରେ ମଧ୍ୟ ଏତଲା ଦାୟର କରାଯାଇଛି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆକ୍ଷେପ କରି ମନ୍ତବ୍ୟ ଦେଇଥିଲେ।

- Advertisement -

ତୃତୀୟ ପର୍ଯ୍ୟାୟ ପାଇଁ ଆସାମରେ ୧୯ ଜଣ ପ୍ରାର୍ଥୀ ମନୋନୟନ ପତ୍ର ଦାଖଲ କରିଛନ୍ତି। ଏହି ପର୍ଯ୍ୟାୟରେ ଗୌହାଟି, ବାରପେଟା, ଧୁବ୍ରୀ ଏବଂ କୋକ୍ରାଝର ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଗୁଜୁରାଟର ବରିଷ୍ଠ କଂଗ୍ରେସ ନେତା ତଥା ରାଜ୍ୟ ବିଧାନସଭାର ବିରୋଧୀ ଦଳ ନେତା ପରେସ ଧନାନି ଏବଂ ଅନ୍ୟ ଦଳୀୟ ନେତା ବୁଧବାର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

ଜାମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ଅଧ୍ୟକ୍ଷ ମେହେବୁବା ମୁଫତି ଅନନ୍ତନାଗ ଲୋକସଭା ଆସନରୁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories