www.samajalive.in
Sunday, December 14, 2025
23.1 C
Bhubaneswar

ତିଗିରିଆ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଯକ୍ଷ୍ମା ନିରୂପଣ ଟ୍ରୁନାଟ ଉଦଘାଟିତ 

ତିଗିରିଆ : ତିଗିରିଆ ନିଜିଗଡସ୍ଥିତ ସରକାରୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଯକ୍ଷ୍ମା ରୋଗୀ ଚିହ୍ନଟ ବା ରୋଗ ନିରୂପଣ ପାଇଁ ଅତ୍ୟାଧୁନିକ ଟ୍ରୁନାଟ ଯନ୍ତ୍ର ପ୍ରତିଷ୍ଠା କରାଯିବ ସହିତ ଶୁକ୍ରବାର ଏହାର ଉଦଘାଟନ କରାଯାଇଛି। ଏହି ଅବସରରେ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଅତିରିକ୍ତ ସ୍ୱାସ୍ଥ୍ୟ ଅଧିକାରୀ ରଞ୍ଜନ କୁମାର ସିଂହ ଯୋଗଦେଇ ଏହାକୁ ଉଦଘାଟନ କରିଥିଲେ। ଅତ୍ୟାଧୁନିକ ଜ୍ଞାନ କୌଶଳରେ ନିର୍ମିତ ଏହି ଯନ୍ତ୍ର ପ୍ରତିଷ୍ଠା ଦ୍ଵାରା ଖୁବ୍ ଶୀଘ୍ର ଯକ୍ଷ୍ମା ରୋଗର ନିରୂପଣ ସହିତ ରୋଗୀ ମାନଙ୍କ ଚିହ୍ନଟ କରାଯାଇ ଚିକିତ୍ସା ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ କରିହେବ ବୋଲି ଡାକ୍ତରଖାନା ପକ୍ଷରୁ ସୂଚନା ମିଳିଛି। ଏହି କାର୍ଯ୍ୟକ୍ରମରେ ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ଅଧିକାରୀ ଡାକ୍ତର ମନୋରଞ୍ଜନ ପଣ୍ଡା, ଡାକ୍ତର ବିଶ୍ବରଂଜନ ମିଶ୍ର, ଜନସ୍ବାସ୍ଥ୍ୟ ଅଧିକାରୀ ବିଦ୍ୟୁତ୍ ପ୍ରଭା ନନ୍ଦ, ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ରିନା ରାଣୀ ପାତ୍ର, ଗୋଷ୍ଠୀ କାର୍ଯ୍ୟକ୍ରମ ପରିଚାଳକ ରଶ୍ମିରଞ୍ଜନ ଜେନା, ପରିସଂଖ୍ୟାନ ସହାୟକ ମନମୋହନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories