www.samajalive.in
Saturday, December 6, 2025
14.1 C
Bhubaneswar

କ୍ୟାପିଟାଲ ହସ୍ପିଟାଲ ଭିତରେ କର୍ମଚାରୀଙ୍କ ଆତ୍ମହତ୍ୟା

ସମାଜ ଡିଜିଟାଲ ଡେସ୍କ: କ୍ୟାପିଟାଲ ହସ୍ପିଟାଲ ଭିତରେ ଆତ୍ମହତ୍ୟା କରିଛନ୍ତି ଜଣେ କର୍ମଚାରୀ। ହସ୍ପିଟାଲର ଏକ୍ସରେ ପ୍ରକୋଷ୍ଠ ଭିତରୁ ସମ୍ପୃକ୍ତ କର୍ମଚାରୀଙ୍କ ଝୁଲନ୍ତା ମୃତଦେହକୁ ଜବତ କରିଛି ପୁଲିସ। ମୃତ କର୍ମଚାରୀଙ୍କ ନାମ ପ୍ରଭାତ ମହାନ୍ତି ବୋଲି ଜଣାପଡ଼ିଛି। ତାଙ୍କ ବୟସ ୪୭ ବର୍ଷ। ସେ ଏଠାରେ ଏକ୍ସରେ ଟେକ୍ନିସିଆନ ଭାବେ କାର୍ଯ୍ୟ କରୁଥିଲେ। ଆତ୍ମହତ୍ୟାର କାରଣ ଜଣାପଡ଼ି ନ ଥିବାବେଳେ ପୁଲିସ ମୃତଦେହ ଜବତ କରି ତଦନ୍ତ ଚଳାଇଛି। ବୁଧବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟା ସମୟରେ ପ୍ରଭାତଙ୍କୁ ଝୁଲନ୍ତା ଅବସ୍ଥାରେ ଅନ୍ୟ କର୍ମଚାରୀମାନେ ଦେଖିଥିଲେ। ତୁରନ୍ତ ତାଙ୍କୁ ଉଦ୍ଧାର କରି କାଜୁଆଲଟିକୁ ନିଆଯାଇଥିଲା। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ଏ ନେଇ କ୍ୟାପିଟାଲ ହସ୍ପିଟାଲ ଫାଣ୍ଡିରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories