www.samajalive.in
Sunday, December 14, 2025
19.1 C
Bhubaneswar

ସୁସ୍ଥ ମନ ପାଇଁ ସୁସ୍ଥ ଶରୀରର ଆବଶ୍ୟକତା ରହିଛି

ଭୁବନେଶ୍ୱର:ଆଜି ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହାଇସ୍କୁଲ, ୟୁନିଟ-୩ ପରିସରରେ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ସାହା ଛାତ୍ରଛାତ୍ରୀମାନଙ୍କୁ ଫୁଟବଲ ବଣ୍ଟନ କରିଥିଲେ । ଏହି ଅବସରରେ ଶ୍ରୀ ସାହା ସୁସ୍ଥ ମନ ପାଇଁ ସୁସ୍ଥ ଶରୀରର ଆବଶ୍ୟକତା ସଂର୍ପକରେ ଆଲୋକପାତ କରିବା ସହିତ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଫୁଟବଲ ତଥା ଅନ୍ୟାନ୍ୟ ଖେଳକୁଦର ମୂଲ୍ୟବୋଧ ସଂର୍ପକରେ ବିଶଦ ଭାବରେ ବୁଝାଇଥିଲେ । ପାଠ ସହ ଖେଳର ଆବଶ୍ୟକତା ରହିଛି ବୋଲି ଶ୍ରୀ ସାହା ପିଲାମାନଙ୍କୁ ହୃଦବୋଧ​କରାଇଥିଲେ ।
ଏହି କାର୍ଯ୍ୟକ୍ରମରେ ଓସେପାର ଅତିରିକ୍ତ ନିର୍ଦ୍ଦେଶକ ସରୋଜ କୁମାର ବେହେରା ଫୁଟବଲ ଖେଳ ପ୍ରତି ପିଲାମାନଙ୍କୁ ଉତ୍ସାହିତ କରିବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ। ଏହି ଅବସରରେ ଜିଲା ଶିକ୍ଷା ଅଧିକାରୀ-ତଥା- ଜିଲ୍ଲା ପ୍ରକଳ୍ପ ସଂଯୋଜକ, ଖୋର୍ଦ୍ଧା, ବିଶ୍ୱନାଥ ତରାଇ, ଓସେପାର ଉପନିର୍ଦ୍ଦେଶକ, ମହେଶ୍ୱର ସାହୁ, ସହ ନିର୍ଦ୍ଦେଶକ, ମାଧ୍ୟମିକ ଶିକ୍ଷା ପରିଷଦ, ବରିଷ୍ଠ ବ୍ଲକ ଶିକ୍ଷା ଅଧିକାରୀ, ଭୁବନେଶ୍ୱର,
କ୍ୟାପିଟାଲ ହାଇସ୍କୁଲର ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକ/ ଶିକ୍ଷୟିତ୍ରୀ ତଥା ଅନ୍ୟାନ୍ୟ ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ। ଏହି କାର୍ଯକ୍ରମରେ ୩୬୮ଟି ଫୁଟବଲ ପିଲାମାନଙ୍କୁ ବଣ୍ଟନ
କରାଯାଇଥିଲା।
ଆଜିର ଏହି କାର୍ଯକ୍ରମରେ କ୍ୟାପିଟାଲ ହାଇସ୍କୁଲର ପ୍ରଧାନ ଶିକ୍ଷକ ଜିତେନ୍ଦ୍ର ନାୟକ ସ୍ୱାଗତ ଅଭିଭାଷଣ ପ୍ରଦାନ କରିଥିବାବେଳେ ବରିଷ୍ଠ ବ୍ଲକ ଶିକ୍ଷା ଅଧିକାରୀ ପ୍ରଜ୍ଞା ପାରମିତା ଜେନା ଧନ୍ୟବାଦ ପ୍ରଦାନ କରିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories