www.samajalive.in
Monday, December 8, 2025
14.1 C
Bhubaneswar

ଗଛରେ ପିଟି ହେଲା କାର; ୬ ଆହତ, ୨ଗୁରୁତର

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅର୍ନ୍ତଗତ ଖୋର୍ଦ୍ଦା-ବଲାଙ୍ଗୀର ୫୭ନଂ ଜାତୀୟ ରାଜପଥର କରଡାକୋଠା ନିକଟରେ ଗୁରୁବାର ବିଳମ୍ବିତ ରାତ୍ରିରେ ଏକ କାର ଗଛରେ ପିଟି ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୬ଜଣ ଆହତ ହୋଇଥିବାବେଳେ ୨ଜଣ ଗୁରୁତରଥିବା ଜଣାପଡିଛି।

ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ବରଗଡ ଜିଲ୍ଲା ବରପାଲ୍ଲୀ ଅଂଚଳରୁ ଏକ ମହିନ୍ଦ୍ରା(ଟିୟୁଭି) କାର୍ ନଂ ଓଡି୧୭ପି-୦୬୬୬ ଗାଡି ଯୋଗେ ଡ୍ରାଇଭର ସମେତ ୮ଜଣ ଭୂବନେଶ୍ୱର ଯାତ୍ରା କରୁଥିଲେ। ଏହି ସମୟରେ କରଡାକୋଠା ନିକଟରେ ଗାଡିଟି ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଏକ ଗଛରେ ବାଡେଇ ହୋଇ ଓଲଟିପଡି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଗାଡିରେଥିବା ଅନୁପ ପୁଜାରୀ(୩୨) ,ଅଭିଷେକ ସାଥୁଆ(୨୯) ଗୁରୁତର ଆହାତ ହୋଇଥିବାବେଳେ ଦଶରଥ ବେହେରା(୪୯), ସରୋଜ ଭୋଇ(୪୭), ରବି ସେଠ୍‍(୩୦), ବୁଲୁ ପ୍ରଧାନ(୩୨), ଆନନ୍ଦ ପ୍ରଧାନ(୫୫), ସୁନିଲ ପ୍ରଧାନ(୩୫) ଭଳି ଅନ୍ୟ ୬ଜଣ ସାମାନ୍ୟ ଆହତ ହୋଇଥିବା ଜଣାପଡିଛି। ସମସ୍ତଙ୍କୁ ରାତିରେ ଘଟଣାସ୍ଥଳରୁ ଉଦ୍ଧାର କରି ପ୍ରଥମେ ଚିକିତ୍ସା ପାଇଁ ପୁରୁଣାକଟକ ପରେ ବୌଦ୍ଧ ମେଡିକାଲ ସ୍ଥାନାନ୍ତରିତ କରାଯାଇଥିଲା। ଖବର ପାଇ ପୁରୁଣାକଟକ ପୁଲିସ ଘଟଣାସ୍ଥଳରେ ପଂହଚି ଘଟଣାର ତଦନ୍ତ ଚଳାଇଥିବା ଜଣାପଡିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories