www.samajalive.in
Tuesday, December 9, 2025
16.1 C
Bhubaneswar

ଟ୍ରଲର ପଛରେ ଧକ୍କା ଦେଲା କାର‌: ଜଣେ ଗୁରୁତର, ୩ ଆହତ

ପାଟଣା : କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥର ବଡପଶି ନିକଟରେ ଏକ ପାଇପ୍ ବୋଝେଇ ଟ୍ରଲର ପଛରେ ଏକ କାର ଧକ୍କା ଦେଇଛି।‌ ଦୁର୍ଘଟଣାରେ କାର ସମ୍ମୁଖ ଭାଗ ଚୁରମାର ହୋଇଯାଇଥିବାବେଳେ କାର ଚାଳକ ଗୁରୁତର ଆହତ ହୋଇଛନ୍ତି। ଏହା ସହ କାରରେ ଥିବା ତିନି ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ଅପରାହ୍ନ ୧ଟା ସମୟରେ ଉଭୟ କାର ଓ‌ ଟ୍ରଲର କେନ୍ଦୁଝର ଅଭିମୁଖେ ଯାଉଥିବା ସମୟରେ ବଡପଶି ନିକଟରେ କାରଟି ଟ୍ରଲର ପଛରେ ଧକ୍କା ଦେଇଥିଲା।‌ ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉଭୟ ଗାଡିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories