www.samajalive.in
Sunday, December 14, 2025
17.1 C
Bhubaneswar

ଟ୍ରଲର ପଛରେ ଧକ୍କା ଦେଲା କାର‌: ଜଣେ ଗୁରୁତର, ୩ ଆହତ

ପାଟଣା : କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥର ବଡପଶି ନିକଟରେ ଏକ ପାଇପ୍ ବୋଝେଇ ଟ୍ରଲର ପଛରେ ଏକ କାର ଧକ୍କା ଦେଇଛି।‌ ଦୁର୍ଘଟଣାରେ କାର ସମ୍ମୁଖ ଭାଗ ଚୁରମାର ହୋଇଯାଇଥିବାବେଳେ କାର ଚାଳକ ଗୁରୁତର ଆହତ ହୋଇଛନ୍ତି। ଏହା ସହ କାରରେ ଥିବା ତିନି ଜଣ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ଅପରାହ୍ନ ୧ଟା ସମୟରେ ଉଭୟ କାର ଓ‌ ଟ୍ରଲର କେନ୍ଦୁଝର ଅଭିମୁଖେ ଯାଉଥିବା ସମୟରେ ବଡପଶି ନିକଟରେ କାରଟି ଟ୍ରଲର ପଛରେ ଧକ୍କା ଦେଇଥିଲା।‌ ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ଉଭୟ ଗାଡିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।

 

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories