www.samajalive.in
Monday, December 15, 2025
17.1 C
Bhubaneswar

ରାସ୍ତା ଉପରେ ଓଲଟିଲା କାର୍‍, ୨ ମହିଳା ଗୁରୁତର

ପିପିଲି : ଭୁବନେଶ୍ୱର-ପୁରୀ ଜାତୀୟ ରାଜପଥର ଜଇସପାଟଣା ଓ ସିଉଳା ମଧ୍ୟବର୍ତ୍ତି ଏକ ସ୍ଥାନରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ଏକ ସଡକ ଦୁର୍ଘଟଣାରେ ୨ଜଣ ମହିଳା ଗୁରୁତର ଭାବେ ଆହତ ହୋଇଛନ୍ତି । ପିପିଲି ଗୋଷ୍ଠୀ ସ୍ୱାସ୍ଥ୍ୟରେ ସେମାନଙ୍କୁ ପ୍ରାଥମିକ ଚିକିତ୍ସା ପରେ କ୍ୟାପିଟାଲ ହସ୍‍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।

ପ୍ରାପ୍ତ ସୂଚନା ଅନୁଯାୟୀ, କଟକ ଦେୱାନ ବଜାର ଅଞ୍ଚଳର ଏକ ପରିବାର ଆଜି ଏକ କାର୍‍ ଯୋଗେ ପୁରୀ ବୁଲିବାକୁ ଯାଉଥିବା ବେଳେ ସାଇ ଲାଇଫ୍‍ ଷ୍ଟାଇଲ୍‍ ଆପାର୍ଟମେଣ୍ଟ ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲେ । କୌଣସି କାରଣରୁ କାର୍‍ଟି ଭାରସାମ୍ୟ ହରାଇ ରାସ୍ତା ମଝିରେ ଥିବା ଡିଭାଇଡର ସହ ଧକ୍କା ଲାଗି ଅପରପାର୍ଶ୍ବ ରାସ୍ତା ଉପରେ ଓଲଟି ପଡିଥିଲା । ଫଳରେ କାର୍‍ରେ ଥିବା ନୁରୀ ବେଗମ (୫୦), ଆମିନା ବେଗମ (୨୨) ଗୁରୁତର ଭାବେ ଆହତ ହୋଇଥିବା ବେଳେ ସେକ୍‍ ନସିର ଅଲ୍ଲୀ (୨୫)ଙ୍କ ସମେତ ତାଙ୍କ ଭାଇ, ଅନ୍ୟ ଜଣେ ମହିଳା ଓ ଜଣେ ଶିଶୁପୁତ୍ର ସାମାନ୍ୟ ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ଆମ୍ବୁଲାନ୍ସ ଯୋଗେ ପିପିଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଇଥିଲେ । ପ୍ରାଥମିକ ଚିକିତ୍ସା ପରେ ନୁରୀ ବେଗମ ଓ ଆମିନାଙ୍କୁ କ୍ୟାପିଟାଲ ହସ୍‍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଖବର ପାଇ ପିପିଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରାଫିକ୍‍ ନିୟନ୍ତ୍ରଣ କରିବା ସହ ଦୁର୍ଘଟଣାଗ୍ରସ୍ତ କାର୍‍କୁ ଜବତ କରି ଘଟଣାର ତଦନ୍ତ ଚଳାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories