www.samajalive.in
Saturday, December 6, 2025
26.1 C
Bhubaneswar

କୁଶପଙ୍ଗି ହାଇସ୍କୁଲରେ କ୍ୟାରିଅର କାଉନସେଲିଂ କାର୍ଯ୍ୟକ୍ରମ

ବାଙ୍କୀ: କଟକ ଜିଲା ନିୟୋଜନ ଅଧିକାରୀ କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ କୁଶପଙ୍ଗି ହାଇସ୍କୁଲ ପରିସରରେ ମଙ୍ଗଳବାର ଏକ କ୍ୟାରିଅର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ କାହ୍ନୁଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସରପଞ୍ଚ ନରେଶ କୁମାର ବେଉରା, ଜିଲ୍ଲା ନିୟୋଜନ ଅଧିକାରୀ ସୁଭେନ୍ଦୁ ଦାସ, କାଉନସିଲର ସୁଭଶ୍ମିତା ନନ୍ଦ, ବିକାଶ ସାହୁ, ବିକ୍ରମ କିଶୋର ସୁବୁଦ୍ଧି ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଶିକ୍ଷକ ବିଶ୍ୱ ମୋହନ କର ଅତିଥି ପରିଚୟ ପ୍ରଦାନ କରିଥିଲେ। ସୋମନାଥ ପରିଜା ସମସ୍ତଙ୍କୁ ଧନ୍ୟବାଦ ଦେଇଥିଲେ। ଶିକ୍ଷକ ମୁରଲିଧର ମହାରଣା, କାଶୀନାଥ ସାମଲ, ଅଶୋକ ବେଉରା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

‘ବାବୁଜୀ ଥିଲେ ଗୁରୁ ଶିଷ୍ୟ ପରମ୍ପରାରେ ଶ୍ରେଷ୍ଠ ନିଦର୍ଶନ’

ଗୁରୁଡ଼ିଝାଟିଆ: ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ ‘ସମାଜ’ର...

ବିଛଣା ପାଖରେ ଔଷଧ ରଖୁଛନ୍ତି କି ?

ନୂଆଦିଲ୍ଲୀ: ଏମିତି ଅନେକ ଲୋକ ଅଛନ୍ତି, ଯେଉଁମାନେ ଔଷଧ ଖାଆନ୍ତି ଏବଂ...

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

Related Articles

Popular Categories