www.samajalive.in
Monday, December 8, 2025
27.1 C
Bhubaneswar

ଅପରାହ୍ନ ୫ଟାରେ ରଥଟଣା

ଭୁବନେଶ୍ବର : ଚଳିତ ବର୍ଷ ରଥଯାତ୍ରାରେ ଅପରାହ୍ନ ୫ଟାରେ ରଥଟଣା ଆରମ୍ଭ ହେବ । ଏନେଇ ଆଜି ଛତିଶାନିଯୋଗ ବୈଠକରେ ସ୍ଥିର ହୋଇଛି । ଛତିଶାନିଯୋଗ ବୈଠକରେ ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ନୀତି ନିର୍ଘଣ୍ଟ ହୋଇଛି ।  ଦିନ ୧ଟା ୧୦ ମିନିଟରେ ପହଣ୍ଡି ଆରମ୍ଭ ପାଇଁ ସମୟ ଧାର୍ଯ୍ୟ ହୋଇଛି । ସାଢେ ୨ଟାରେ ପହଣ୍ଡି ସରିବା ପରେ ଅପରାହ୍ନ ୪ଟାରେ ଗଜପତି ମହାରାଜାଙ୍କ ଦ୍ବାରା ଛେରାପହଁରା ହେବ । ସାଢେ ୪ଟାରେ ରଥରୁ ଚାର ଫିଟା ସହ ଘୋଡା ସାରଥି ଲାଗିବେ । ଅପରାହ୍ନ ୫ଟାରେ ରଥ ଟଣା ଆରମ୍ଭ ହେବ ।

ଆସନ୍ତା ଜୁଲାଇ ୭ ତାରିଖରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ହେବ। ତେବେ ଏହାର ପୂର୍ବଦିନ ଅର୍ଥାତ୍ ଜୁଲାଇ ୬ ତାରିଖରେ ପଟି ଦିଅଁଙ୍କଠାରୁ ଆଜ୍ଞାମାଳ ବିଜେ ହୋଇ ରଥଖଳାକୁ ଆସିବ। ପରେ ତିନି ରଥକୁ ସିଂହଦ୍ଵାର ସମ୍ମୁଖକୁ ଅଣାଯିବ। ୬ ତାରିଖରେ ମହାପ୍ରଭୁଙ୍କ ସକାଳ ଧୂପ ପରେ ରଥଖଳାକୁ ଆଜ୍ଞା ମାଳ ବିଜେ କରିବ। ସକାଳ ୭ଟାରୁ ୮ଟା ୩୦ ମଧ୍ୟରେ ସକାଳ ଧୂପ ନୀତି ନିର୍ଘଣ୍ଟ ହୋଇଥିବା ବେଳେ ରଥ ଆଜ୍ଞାମାଳ ବିଜେ ସକାଳ ୮ଟା ୪୫ ରେ ଅନୁଷ୍ଠିତ ହେବ। ସେହିପରି ସେହି ଦିନ ସନ୍ଧ୍ୟା ଧୂପ ପରେ ଅପରାହ୍ନ ୫ଟାରେ ଧ୍ୱଜା ଆଜ୍ଞାମାଳ ବିଜେ ହେବ। ୭ ତାରିଖରେ ରାତି ୨ଟାରେ ମଙ୍ଗଳ ଆଳତୀ ପରେ ବିଭିନ୍ନ ନୀତିକାନ୍ତି ହେବ। ସକାଳ ସାଢ଼େ ୭ଟାରୁ ଦିନ ସାଢ଼େ ୧୨ଟା ମଧ୍ୟରେ ସେନାପଟା ଲାଗି ହେବ। ଦିନ ୧୧ଟାରେ ରଥ ପ୍ରତିଷ୍ଠା, ମଙ୍ଗଳାର୍ପଣ ଦିନ ୧ଟାରେ, ପହଣ୍ଡି ୧ ଟା ୧୦ ମିନିଟ୍‌ରେ ପହଣ୍ଡି ଆରମ୍ଭ ହୋଇ ୨ଟା ୩୦ରେ ଶେଷ ହେବ। ଏହାପରେ ଅପରାହ୍ନ ୪ ଟାରେ ଗଜପତି ମହାରାଜାଙ୍କ ଦ୍ୱାରା ଛେରାପହଁରା ନୀତି ଅନୁଷ୍ଠିତ ହେବ। ଅପରାହ୍ନ ୫ଟାରେ ରଥଟଣା ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବ ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories