www.samajalive.in
Sunday, December 14, 2025
19.1 C
Bhubaneswar

ମହୁଆଙ୍କୁ ଲୋକସଭା ସଦାଚାର କମିଟିର ସମନ

ନୂଆଦିଲ୍ଲୀ : ସଂସଦରେ ପ୍ରଶ୍ନ ପାଇଁ ଲାଞ୍ଚ ନେବା ଅଭିଯୋଗରେ ଅଭିଯୁକ୍ତ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୈତ୍ରଙ୍କୁ ଲୋକସଭା ସଦାଚାର କମିଟି ସମନ ଜାରି କରିଛି। ସମନରେ ମହୁଆଙ୍କୁ ଅକ୍ଟୋବର ୩୧ରେ କମିଟି ନିକଟରେ ହାଜର ହୋଇ ନିଜର ପକ୍ଷ ରଖିବାକୁ କୁହାଯାଇଛି। ମହୁଆଙ୍କ ବିରୋଧରେ ଅଭିଯୋଗ ଆଣିଥିବା ବିଜେପି ସାଂସଦ ନିଶିକାନ୍ତ ଦୁବେ ଓ ସୁପ୍ରିମକୋର୍ଟ ଓକିଲ ଜୟ ଅନନ୍ତ ଦେହାଦ୍ରାଇ ଗୁରୁବାର ସଦାଚାର କମିଟି ନିକଟରେ ହାଜର ହୋଇ ନିଜର ବୟାନ ରେକର୍ଡ କରାଇଛନ୍ତି। ଅନ୍ୟପଟେ ପ୍ରଶ୍ନ ପାଇଁ ଲାଞ୍ଚ ଅଭିଯୋଗର ତଦନ୍ତ କରିବା ଲାଗି ସଦାଚାର କମିଟି ଅଧ୍ୟକ୍ଷ ବିନୋଦ ସୋନକର ସ୍ବରାଷ୍ଟ୍ର ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟର ସହଯୋଗ ଲୋଡିଛି। ସଂସଦରେ ପ୍ରଶ୍ନ ପଚାରିବା ଲାଗି ମହୁଆ ଶିଳ୍ପପତି ଦର୍ଶନ ହୀରାନନ୍ଦନୀଙ୍କଠାରୁ ଲାଞ୍ଚ ନେଇଥିବା ବାଚସ୍ପତି ଓମ୍ ବିର୍ଲାଙ୍କ ନିକଟରେ ଅକ୍ଟୋବର ୧୫ରେ ଅଭିଯୋଗ ହୋଇଥିଲା।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories