www.samajalive.in
Sunday, December 14, 2025
26.1 C
Bhubaneswar

୫ ଦିନିଆ ରିମାଣ୍ଡରେ ଗଲେ ଶଙ୍କର ଓ ଅରବିନ୍ଦ

ବ୍ରହ୍ମପୁର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଏବଂ ପୂର୍ବରୁ ଗିରଫ ହୋଇଥିବା ଅରବିନ୍ଦ ଦାସଙ୍କୁ ୫ ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଞ୍ଚ। ବ୍ରହ୍ମପୁର ଗ୍ରାମାଞ୍ଚଳ ଜେଏମଏଫସିଙ୍କ ପକ୍ଷରୁ କ୍ରାଇମବ୍ରାଞ୍ଚ କରିଥିବା ରିମାଣ୍ଡ ଆବେଦନକୁ ଅନୁମୋଦନ ମିଳିଛି। ଫଳରେ କ୍ରାଇମବ୍ରାଞ୍ଚ ଉଭୟ ଅଭିଯୁକ୍ତଙ୍କୁ ବିସ୍ତୃତ ଭାବେ ଜେରା କରିପାରିବ ବୋଲି ସୂଚନା ମିଳିଛି।

ଏହି ମାମଲାରେ ପଞ୍ଚସଫ୍ଟ ମାଲିକ ତଥା ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିଙ୍କୁ ଭାରତ-ନେପାଳ ସୀମାରୁ ଗିରଫ କରାଯାଇଥିଲା। ଏହା ସହିତ ସିଲିକନ ଟେକ୍‌ କମ୍ପାନୀ ମାଲିକ ସୁରେଶ ନାୟକଙ୍କୁ ମଧ୍ୟ ଗିରଫ କରାଯାଇଥିଲା। ଉଭୟଙ୍କୁ ସୋମବାର ଜେଏମଏଫସିରେ ହାଜର କରାଯିବା ପରେ ବିଚାରପତି ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଥିଲେ। ତେବେ କ୍ରାଇମବ୍ରାଞ୍ଚ ପକ୍ଷରୁ ଶଙ୍କର ଏବଂ ଅରବିନ୍ଦଙ୍କୁ ୭ଦିନିଆ ରିମାଣ୍ଡରେ ଦେବାକୁ ଆବେଦନ କରାଯାଇଥିଲା। ହେଲେ କୋର୍ଟ ୫ ଦିନିଆ ରିମାଣ୍ଡ ପାଇଁ ଅନୁମତି ପ୍ରଦାନ କରିଛନ୍ତି।

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories