www.samajalive.in
Friday, December 5, 2025
23.1 C
Bhubaneswar

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି: ସିବିଆଇ କରିବ ତଦନ୍ତ- ସି.ବି.ଆଇ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି

ଭୁବନେଶ୍ବର –  ବହୁ ଚର୍ଚ୍ଚିତ ପୋଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ପରୀକ୍ଷାର ତଦନ୍ତ ଭାର ସି.ବି.ଆଇ କୁ ଅର୍ପଣ କରିବା ପାଇଁ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି ।

ସୂଚନାଯୋଗ୍ୟ ଯେ ଓଡିଶା ପୋଲିସ ସବ୍‌ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ ଅନିୟମିତତା ଓ ଦୁର୍ନୀତିର ଅଭିଯୋଗ ହୋଇଥିଲା। ଏହାର ତଦନ୍ତ ଭାର କ୍ରାଇମ ବ୍ରାଞ୍ଚ ସି.ଆଇ.ଡିକୁ ଦିଆଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ହୋଇଥିବା ଅନୁସଂଧାନରୁ ଜଣାଯାଇଛି ଯେ ଏହି ଦୁର୍ନୀତିର ଚେର   ଆନ୍ଧ୍ରପ୍ରଦେଶ ଓ ପଶ୍ଚିମବଙ୍ଗ ସହିତ ଅନ୍ୟାନ୍ୟ ରାଜ୍ୟକୁ ମଧ୍ୟ ବ୍ୟାପି ଥାଇପାରେ। ଏହା ସହିତ ଏହି ଦୁର୍ନୀତିରେ ଆନ୍ତ-ରାଜ୍ୟ ସଂଗଠିତ କ୍ରିମିନାଲ ଗ୍ୟାଙ୍ଗର ସଂପୃକ୍ତି ଥିବା ନେଇ ମଧ୍ୟ ସନ୍ଦେହ କରାଯାଉଛି ।
ଏସବୁକୁ ଦୃଷ୍ଟିରେ ରଖି, ଏହି ଦୁର୍ନୀତିର ସଂପୂର୍ଣ୍ଣ ପର୍ଦ୍ଦାଫାସ୍ କରିବା ପାଇଁ ଏବଂ ଏଥିରେ ସଂପୃକ୍ତ ସମସ୍ତ ଅପରାଧୀ ମାନଙ୍କୁ ଆଇନ ପରିସରକୁ ଆଣି ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହାର ତଦନ୍ତ ଭାର କେନ୍ଦ୍ରୀୟ ତଦନ୍ତ ସଂସ୍ଥା ସି.ବି.ଆଇ କୁ ଦେବା ପାଇଁ ନିର୍ଣ୍ଣୟ କରିଛନ୍ତି।
ଏହାଛଡା ପୋଲିସ ଏବଂ ଅନ୍ୟାନ୍ୟ ପୋଷାକଧାରୀ ସେବାରେ କର୍ମଚାରୀ ଚୟନ ପାଇଁ ଏକ ସ୍ଥାୟୀ ଆୟୋଗ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ବିଚାର କରୁଛନ୍ତି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories