www.samajalive.in
Saturday, December 6, 2025
26.1 C
Bhubaneswar

ସିବିଆଇକୁ ନିଟ୍‌-ୟୁଜି ଦୁର୍ନୀତି ତଦନ୍ତ ନିର୍ଦ୍ଦେଶ, ନିଟ୍‌-ପିଜି ପ୍ରବେଶିକା ସ୍ଥଗିତ

ଏନ୍‌ଟିଏ (ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି) ଦ୍ବାରା ପରିଚାଳିତ ସ୍ନାତକ ଡାକ୍ତରୀ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜି ପରୀକ୍ଷାରେ ପ୍ରଶ୍ନପତ୍ର ପ୍ରଘଟକୁ ନେଇ ବିବାଦ ଲାଗିରହିଥିବାବେଳେ କେନ୍ଦ୍ର ସରକାର ଶନିବାର ସମଗ୍ର ଦୁର୍ନୀତିର ସିବିଆଇ ତଦନ୍ତ ପାଇଁ ସୁପାରିସ କରିଛନ୍ତି। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ ନିଟ୍‌-ୟୁଜି ପରୀକ୍ଷାରେ କେତେକ ଅନିୟମିତତା, କପି, ଜାଲିଆତି, ପ୍ରଶ୍ନପତ୍ର ପ୍ରଘଟ ଭଳି ଏକାଧିକ ଅଭିଯୋଗ ଆସିଛି। ଏହାକୁ ନେଇ ସାରା ଦେଶରେ ବ୍ୟାପକ ପ୍ରତିକ୍ରିୟା ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ମାମଲାର ତଦନ୍ତ ଦାୟିତ୍ବ ସିବିଆଇକୁ ହସ୍ତାନ୍ତର ପାଇଁ ବିଭାଗୀୟ ସମୀକ୍ଷା ବୈଠକରେ ନିଷ୍ପତ୍ତି ନିଆଯାଇଛି। ସରକାର ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଦୃଷ୍ଟିରୁ ପରୀକ୍ଷା ପ୍ରକ୍ରିୟାରେ ସ୍ବଚ୍ଛତା ପାଇଁ ବଦ୍ଧ ପରିକର। ଉପରୋକ୍ତ ମାମଲାରେ ଦୋଷୀଙ୍କ ପ୍ରତି କଠୋର ଦଣ୍ଡବିଧାନ ପାଇଁ ମଧ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ସଂଶୋଧନ ହେବ ସିଜିଏସ୍‌ଟି ଆଇନ

- Advertisement -

ଅନ୍ୟ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିକ୍ରମେ ସରକାର ଶନିବାର ନିଟ୍‌-ପିଜି (ସ୍ନାତକୋତ୍ତର ଡାକ୍ତରୀ ଶିକ୍ଷା) ପ୍ରବେଶିକା ପରୀକ୍ଷାକୁ ଶେଷ ମୁହୂର୍ତ୍ତରେ ସ୍ଥଗିତ ରଖିଛନ୍ତି। ଜୁନ୍‌ ୨୩, ରବିବାର ଏହି ପରୀକ୍ଷା ହେବାର ଥିଲା। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ନିଟ୍‌-ପିଜି ପ୍ରବେଶିକା ପରୀକ୍ଷା ପାଇଁ ସତର୍କତାମୂଳକ ପଦକ୍ଷେପ ଓ ପରୀକ୍ଷା ପରିଚାଳନା ବ୍ୟବସ୍ଥାର ସମୀକ୍ଷା ଉଦ୍ଦେଶ୍ୟରେ ଉପରୋକ୍ତ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପରୀକ୍ଷା ସମ୍ପର୍କରେ ସରକାର ପରବର୍ତ୍ତୀ ସମୟରେ ନିଷ୍ପତ୍ତି ଘୋଷଣା କରିବେ ବୋଲି ପ୍ରକାଶିତ ବିଜ୍ଞପ୍ତିରେ କୁହାଯାଇଛି।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories