www.samajalive.in
Wednesday, December 10, 2025
14.1 C
Bhubaneswar

ନିର୍ଦ୍ଧାରିତ ସମୟରେ ପ୍ରକାଶ ପାଇବ ଦ୍ବାଦଶ ଶ୍ରେଣୀ ପରୀକ୍ଷାଫଳ, ୧୫ଦିନରେ ପ୍ରସ୍ତୁତ ହେବ ମୂଲ୍ୟାୟନ ପଦ୍ଧତି :ସିବିଏସ୍‌ଇ

ଭୁବନେଶ୍ବର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ପକ୍ଷରୁ ନିକଟରେ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ କରାଯାଇଛି। ତେବେ ସିବିଏସ୍‌ଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ ପ୍ରସଙ୍ଗରେ ଓଡ଼ିଶା ସମେତ ସାରା ଦେଶରେ ଦ୍ବନ୍ଦ୍ବ ଲାଗି ରହିଛି। ପରୀକ୍ଷା ବାତିଲ ହେବା ପରେ ଛାତ୍ରଛାତ୍ରୀଙ୍କୁ କିଭଳି ନମ୍ବର ଦିଆଯିବ ଏବଂ ସେମାନଙ୍କୁ ନମ୍ବର ଦେବା ପାଇଁ କେଉଁ ଆଧାରରେ ମୂଲ୍ୟାଙ୍କନ କରାଯିବ ସେଥିନେଇ ଆଲୋଚନା ଜାରି ରହିଛି। ଆଜି ସିବିଏସ୍‌ଇ ଦ୍ବାଦଶ ପରୀକ୍ଷା ବାତିଲ ପରେ ମୂଲ୍ୟାୟନ ଦ୍ବନ୍ଦ୍ବ ପ୍ରସଙ୍ଗ ନେଇ ସିବିଏସ୍‌ଇ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଆସନ୍ତା ୧୫ଦିନ ମଧ୍ୟରେ ମୂଲ୍ୟାୟନ ପଦ୍ଧତି ପ୍ରସ୍ତୁତ ହେବ  ବୋଲି  ସିବିଏସ୍‌ଇ କର୍ତ୍ତୃପକ୍ଷ ପ୍ରକାଶ କରିଛନ୍ତି।

 

- Advertisement -

 

ଆଜି ସିବିଏସଇ ସମ୍ପାଦକ ଅନୁରାଗ ତ୍ରିପାଠୀଙ୍କ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇ କହିଛନ୍ତି ଯେ ଏବଂ ସିବିଏସଇ ଦ୍ବାରା ପରିାଚାଳିତ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ ହୋଇ ସାରିଛି, ଏହାକୁ ନେଇ ଦ୍ବନ୍ଦ୍ବ ସୃଷ୍ଟି ନ ହେଉ। କିଭଳି ମୂଲ୍ୟାୟନ କରାଯିବ ବିଚାର ବିମର୍ଶ ଚାଲୁ ରହିଛି। ୨ ସପ୍ତାହ ବା ୧୫ଦିନ ମଧ୍ୟରେ ମୂଲ୍ୟାୟନ ପଦ୍ଧତି ପ୍ରସ୍ତୁତ କରାଯିବ। ମୂଲ୍ୟାୟନ ପଦ୍ଧତି ସାର୍ବଜନୀନ ହେବ, ତାହା ଆମେ ୱେବସାଇଟରେ ଦେବୁ। ନିର୍ଦ୍ଧାରିତ ସମୟରେ ପରୀକ୍ଷାଫଳ ପ୍ରକାଶ କରାଯିବ ବୋଲି ଅନୁରାଗ ତ୍ରିପାଠୀ ପ୍ରକାଶ କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories