www.samajalive.in
Saturday, December 6, 2025
26.1 C
Bhubaneswar

ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ: ଆସିପାରେ ଓଡିଶାର ଲୋକସଭା ପ୍ରାର୍ଥୀଙ୍କ ତାଲିକା

ଭୁବନେଶ୍ବର: ଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଲା ଦଳର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ। ଏହି ବୈଠକରେ ଓଡିଶା ବାବଦରେ ଆଲୋଚନା ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ଓଡିଶାର ରାଜନୈତିକ ସ୍ଥିତି ଏବଂ ଭିତ୍ତିଭୂମି ବାବଦରେ ଆଲୋଚନା ହୋଇଥିବା ବୈଠକ ପରେ ଗଣମାଧ୍ୟମକୁ କହିଛନ୍ତି ମନମୋହନ ସାମଲ। ଶନିବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଚାଲିଥିବା ବିଜେପି ସିଇସି ବୈଠକରେ ଓଡିଶା ସମେତ ଉତ୍ତରପ୍ରଦେଶ , ପଶ୍ଚିମବଙ୍ଗ, ରାଜସ୍ଥାନ, ଆନ୍ଧ୍ରପ୍ରଦେଶ ପ୍ରାର୍ଥୀ ତାଲିକା ବାବଦରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ଆଜି(ରବିବାର) ଏସବୁ ରାଜ୍ୟ ପାଇଁ ବିଜେପି ପ୍ରାର୍ଥୀ ତାଲିକା ଜାରି କରିପାରେ । ଶନିବାର ରାତିରେ ବିଜେପିର ଶୀର୍ଘ ନେତାଙ୍କୁ ନେଇ ୩ ଘଣ୍ଟା ଧରି ବସିଥିବା ବୈଠକରେ ପ୍ରାର୍ଥୀ ତାଲିକା ଚୂଡାନ୍ତ ହୋଇଥିବା ସୂଚନା ମିଳିଛି। ସିଇସି ବୈଠକରେ ପ୍ରଦାନମନ୍ତ୍ରୀ ନରେନ୍ଦ୍ର ମୋଦି , ଗୃହମନ୍ତ୍ରୀ ଅମିତ୍ ଶାହା , ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରମୂଖ ଯୋଗଦେଇଥିଲେ। ତେବେ ଓଡିଶାର ସମସ୍ତ ୨୧ ଲୋକସଭା ଆସନ ଉପରେ ଚର୍ଚ୍ଚା ହୋଇଥିବା ସୂଚନା ମିଳିଛି। ତେବେ ଖବର ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ ସମ୍ବଳପୁର ଲୋକସଭାରୁ ଧର୍ମେନ୍ଦ୍ର ପ୍ରଧାନ, ପୁରୀ ଲୋକସଭା ଆସନରୁ ସମ୍ବିତ୍ ପାତ୍ର ଏବଂ ଭୁବନେଶ୍ବର ଲୋକସଭା ଆସନରୁ ଅପରାଜିତା ଷଡଙ୍ଗୀଙ୍କୁ ପ୍ରାର୍ଥୀ କରାଯାଇପାରେ। ତେବେ ଦୁଇ ଜଣ ସାଂସଦ ତାଲିକାରୁ ବାଦ ପଡିଥିବା ଏଏନଆଇ ସୂତ୍ରରୁ ଖବର ମିଳିଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories