www.samajalive.in
Friday, December 5, 2025
27.1 C
Bhubaneswar

ଆଜି କାରଗିଲ ବିଜୟ ଦିବସ: ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି କାରଗିଲ ବିଜୟ ଦିବସର ୨୬ତମ ପୂର୍ତ୍ତି ଅବସରରେ ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଅବସରରେ ଦେଶବ୍ୟାପୀ ସହିଦଙ୍କୁ ସମ୍ମାନ ଜଣାଇ ସ୍ମୃତି ସମାରୋହ, ଶ୍ରଦ୍ଧାଞ୍ଜଳି ସଭା, ସାମରିକ ପ୍ରଦର୍ଶନ ଏବଂ ବିଶେଷ କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଛି । ଚଳିତ ବର୍ଷ ହେଉଛି କାରଗିଲ୍‍ ବିଜୟ ଦିବସର ରୋପ୍ୟ ଜୟନ୍ତୀ ବର୍ଷ । ଭାରତୀୟ ସୈନିକଙ୍କ ତ୍ୟାଗ ଏବଂ ଦେଶପ୍ରେମକୁ ସମ୍ମାନ ଦେବାର ଏକ ସୁଯୋଗ । ୧୯୯୯ ମସିହା ଜୁଲାଇ ୨୬ରେ ପାକିସ୍ତାନ ସହିତ ଯୁଦ୍ଧରେ ଭାରତୀୟ ସୈନ୍ୟ ଦେଇଥିବା ବଳିଦାନକୁ ମନେ ପକାଇବାର ଦିନ । ଭାରତୀର ବୀର ଯବାନ ମାନେ ଯେତେବେଳେ ଅପରେସନ ବିଜୟ ଏବଂ ଅପରେସନ ସଫେଦ ସାଗର ଅଧୀନରେ ପାକିସ୍ତାନୀ ଅନୁପ୍ରବେଶକାରୀଙ୍କୁ ଘଉଡାଇ ଦେଇ କାରଗିଲ ଶିଖରରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ । ସେହି ମୁହୁର୍ତ୍ତ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ଗର୍ବ ଓ ଗୌରବ ଆଣି ଦେଇଥିଲା । ଆଜି ସେହି ବିଜୟ ଉତ୍ସବକୁ ବେଶ ଧୁମଧାମରେ ପାଳନ କରାଯାଉଛି ।

ରାଷ୍ଟ୍ରପତି ଏକ୍ସରେ ପୋଷ୍ଟ କରି କହିଛନ୍ତି ଯେ ‘କାରଗିଲ ବିଜୟ ଦିବସ ଅବସରରେ ‘ମାତୃଭୂମି ପାଇଁ ନିଜ ଜୀବନ ଦେଇଥିବା ସାହାସୀ ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି’ । ଏହି ଦିନଟି ଆମ ବୀର ସୈନିକମାନଙ୍କର ଅସାଧାରଣ ବୀରତ୍ୱ, ସାହସ ଏବଂ ଦୃଢତାର ପ୍ରତୀକ । ଦେଶ ପାଇଁ ସେମାନଙ୍କର ସମର୍ପଣ ଏବଂ ସର୍ବୋଚ୍ଚ ବଳିଦାନ ସର୍ବଦା ଦେଶବାସୀଙ୍କୁ ପ୍ରେରଣା ଦେବ ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories