www.samajalive.in
Monday, December 8, 2025
20.1 C
Bhubaneswar

୭୫ ବର୍ଷରେ ଭାରତ-ଅଷ୍ଟ୍ରେଲିଆ କ୍ରିକେଟ ସମ୍ବନ୍ଧ : ମ୍ୟାଚ୍ ଦେଖିଲେ ଦୁଇ ପ୍ରଧାନମନ୍ତ୍ରୀ

ଅହମ୍ମଦାବାଦ : ଭାରତ-ଅଷ୍ଟ୍ରେଲିଆ କ୍ରିକେଟ ସମ୍ବନ୍ଧକୁ ୭୫ ବର୍ଷ ପୁରିଛି । ଏହି ଅବସରରେ ଅହମ୍ମଦାବାଦର ନରେନ୍ଦ୍ର ମୋଦୀ
ଷ୍ଟାଡିୟମ୍‌ରେ ବର୍ଡ଼ର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଅନ୍ତିମ​‌ ଟେଷ୍ଟ ମ୍ୟାଚ୍‌ ଆରମ୍ଭ ହୋଇଛି । ଟସ୍ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରୁଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ତାଙ୍କ ଅଷ୍ଟ୍ରେଲିଆ ପ୍ରତିପକ୍ଷ ଆନ୍ଥୋନୀ ଅଲବାନିିଜ ମ୍ୟାଚ ଦେଖୁଛନ୍ତି।

ମ୍ୟାଚ ଆରମ୍ଭ ପୂର୍ବରୁ ଦୁଇ ଦେଶର ପ୍ରଧାନମନ୍ତ୍ରୀ ଷ୍ଟାଡିୟମ୍‌ରେ ପହଞ୍ଚିଥିଲେ । ଖେଳାଳୀ ମାନଙ୍କ ସହ ମିଶି ଜାତୀୟ ସଙ୍ଗୀତ ଗାନ କରିଥିଲେ। ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଶ୍ରୀ ଆଲ୍‌ବାନିଜଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ସ୍ବାଗତ କରିଥିଲେ। ଦୁଇ ପ୍ରଧାନମନ୍ତ୍ରୀ ଏକ ସୁସଜ୍ଜିତ ଗାଡିରେ ଷ୍ଟାଡିୟମ୍‌ ପରିକ୍ରମା​‌ କରି ଦର୍ଶକଙ୍କ ଅଭିବାଦନ ସ୍ବୀକାର କରିଥିଲେ।

- Advertisement -

ସୂଚନାଯୋଗ୍ୟ, ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଶ୍ରୀ ଆଲ୍‌ବାନିଜ୍‌ ୪ ଦିନିଆ ଭାରତ ଗସ୍ତରେ ଆସି ବୁଧବାରଠାରୁ ଅହମ୍ମଦାବାଦରେ ପହଞ୍ଚିଛନ୍ତି । ସେ ଅହମ୍ମଦାବାଦସ୍ଥିତ ସାବରମତୀ ଆଶ୍ରମ ଗସ୍ତ କରି ଜାତିର ଜନକ ମହାତ୍ମାଗାନ୍ଧିଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ସେ ଗାନ୍ଧିନଗରସ୍ଥିତ ରାଜଭବନଠାରେ ଗତକାଲି ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ଅହମ୍ମଦାବାଦସ୍ଥିତ ଅଷ୍ଟ୍ରେଲିଆ ବିଶ୍ୱବିଦ୍ୟାଳୟର ଏକ କାର୍ଯ୍ୟକ୍ରମରେ ମଧ୍ୟ ସେ ଅଂଶଗ୍ରହଣ କରିଥିଲେ ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories