www.samajalive.in
Saturday, December 6, 2025
16.1 C
Bhubaneswar

ସିମେଣ୍ଟ କାରଖାନା ଅଘଟଣ: ମିଳିଲା ଦୁଇ ଶ୍ରମିକଙ୍କ ମୃତଦେହ, ଜଣେ ଏବେବି ନିଖୋଜ

ରାଜଗାଙ୍ଗପୁର: ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ କାରଖାନାରେ କୋଇଲା ହପର୍ ଭୁଶୁଡିବା ଘଟଣା। ଭଗ୍ନାବଶେଷ ତଳୁ ଉଦ୍ଧାର ହେଲା ଦୁଇ ଶ୍ରମିକଙ୍କ ମୃତଦେହ। ଦୀର୍ଘ ୩୬ ଘଣ୍ଟା ର ଅପରେସନ୍ ପରେ ଦୁଇ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଏବେ ବି ନିଖୋଜ ଥିବା ଅନ୍ୟ ଜଣେ ଶ୍ରମିକଙ୍କୁ ଖୋଜିବାକୁ ଉଦ୍ୟମ ଜାରି ରହିଛି। ଉଲ୍ଲେଖଯୋଗ୍ୟ ଯେ, ଗୁରୁବାର ସନ୍ଧ୍ୟା ପ୍ରାୟ ୬ଟା ସମୟରେ ରାଜଗାଙ୍ଗପୁରସ୍ଥିତ ଡାଲମିଆ ସିମେଣ୍ଟ ଭାରତ ଲିମିଟେଡ଼ କାରଖାନର ଲାଇନ ୨ ପ୍ଲାଣ୍ଟରେ କୋଲ୍‌ ହପର ଷ୍ଟ୍ରକ୍‌ଚର ହଠାତ ପଡ଼ି ଯାଇଥିଲା। ନିୟମିତ ରକ୍ଷଣାବେକ୍ଷଣ ଅଭାବ ଯୋଗୁଁ ଏପରି ଘଟଣା ଘଟିଥିବା ଅଭିଯୋଗ ହୋଇଛି। ଖବର ପାଇ ତୁରନ୍ତ ପ୍ରଶାସନ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ଦୀର୍ଘ ୩୬ ଘଣ୍ଟା ଧରି ଖୋଜାଖୋଜି କରିବା ପରେ ଆଜି ଦୁଇ ଶ୍ରମିକଙ୍କ ମୃତଦେହ ଉଦ୍ଧାର କରାଯାଇଛି।

 

- Advertisement -

 

 

 

 

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories