www.samajalive.in
Sunday, December 7, 2025
26.1 C
Bhubaneswar

ମଙ୍କିପକ୍ସ: ସମସ୍ତ ରାଜ୍ୟକୁ ମାର୍ଗଦର୍ଶିକା ଜାରି କଲା କେନ୍ଦ୍ର

ସମାଜ ଡିଜିଟାଲ ଡେସ୍କ: ଦେଶରେ ପ୍ରଥମ ସନ୍ଦିଗ୍ଧ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହେବା ପରେ କେନ୍ଦ୍ର ସରକାରଙ୍କ ଚେତା ପଶିଛି। ୧୫ ଦିନ ତଳେ ପଡ଼ୋଶୀ ପାକିସ୍ତାନରେ ଏକାଧିକ ମଙ୍କିପକ୍ସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ହେଁ ଭାରତ ସରକାରଙ୍କ ପକ୍ଷରୁ କୌଣସି ଆଗୁଆ ପଦକ୍ଷେପ ନିଆଯାଇ ନ ଥିଲା। ଏବେ ସନ୍ଦିଗ୍ଧ ଆକ୍ରାନ୍ତ ଚିହ୍ନଟ ହେବା ପରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ସତର୍କ କରାଇବା ସହିତ ମାର୍ଗଦର୍ଶିକା ଜାରି କରିଛି। ମଙ୍କିପକ୍ସ ବିଷୟରେ ଜନସାଧାରଣଙ୍କୁ ସଚେତନ କରାଇବା ସହିତ ଏହା କିପରି ବ୍ୟାପେ ଏବଂ କିପରି ଆଗୁଆ ପ୍ରତିଷେଧକମୂଳକ କାର୍ଯ୍ୟପନ୍ଥା ଗ୍ରହଣ କରାଯାଇପାରିବ ସେ ଦିଗରେ ପଦକ୍ଷେପ ନେବାକୁ ମାର୍ଗଦର୍ଶିକାରେ କୁହାଯାଇଛି। ଲୋକଙ୍କ ମଧ୍ୟରେ ଯେପରି ଭୟର ବାତାବରଣ ସୃଷ୍ଟି ନ ହେବ ସେଥିପ୍ରତି ଧ୍ୟାନ ଦେବାକୁ ସ୍ଵାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ନିକଟରେ ଜଣେ ଯୁବକ ଆଫ୍ରିକୀୟ ଦେଶରୁ ଭାରତ ଫେରିଥିଲେ। ସେ ଏଠାକୁ ଆସିବା ପରେ ତାଙ୍କଠାରେ ମଙ୍କିପକ୍ସ ଲକ୍ଷଣ ଦେଖିବାକୁ ମିଳିଥିଲା। ରବିବାର ସମ୍ପୃକ୍ତ ଯୁବକଙ୍କୁ ଚିହ୍ନଟ କରାଯିବା ସହିତ ଆଇସୋଲେସନରେ ରଖାଯାଇଛି। ସେ ମଙ୍କିପକ୍ସରେ ଆକ୍ରାନ୍ତ ହୋଇଛନ୍ତି କି ନାହିଁ ତାହା ସ୍ପଷ୍ଟ କରିବାକୁ ପରୀକ୍ଷା କରାଯାଉଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories