www.samajalive.in
Monday, December 15, 2025
15.1 C
Bhubaneswar

କେନ୍ଦ୍ରୀୟ ସଂସ୍ଥାଗୁଡ଼ିକର ଅପବ୍ୟବହାର କରାଯାଉଛି: ଅଭିଷେକ ମନୁ ସିଂଘଭି

ଡେସ୍କ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରାଯିବା ପରେ ବିରୋଧୀ ମାନେ ନିର୍ବାଚନ କମିଶନଙ୍କ ହସ୍ତକ୍ଷେପ ଲୋଡିଛନ୍ତି। ଶୁକ୍ରବାର ନିର୍ବାଚନ କମିଶନଙ୍କୁ ଭେଟିଥିବା ଏକ ସର୍ବଦଳୀୟ ବିରୋଧୀ ପ୍ରତିନିଧି ଦଳ କହିଛନ୍ତି ଯେ ସେମାନେ ବିରୋଧୀଙ୍କ ବିରୋଧରେ ଏଜେନ୍ସିଗୁଡ଼ିକର ଅପବ୍ୟବହାରର ପ୍ରମାଣ ଉପସ୍ଥାପନ କରିଛନ୍ତି। ସ୍ୱାଧୀନ ଭାରତର ଇତିହାସରେ ଏହା ପ୍ରଥମ ଘଟଣା, ଯେଉଁଠାରେ ଜଣେ ବର୍ତ୍ତମାନର ମୁଖ୍ୟମନ୍ତ୍ରୀଙ୍କୁ ଗିରଫ କରାଯାଇଛି। ନୂଆଦିଲ୍ଲୀରେ କମିଶନଙ୍କ ସହ ବୈଠକ ପରେ ଗଣମାଧ୍ୟମକୁ ସମ୍ବୋଧିତ କରି କଂଗ୍ରେସ ନେତା ଅଭିଷେକ ମନୁ ସିଂଘଭି ଅଭିଯୋଗ କରିଛନ୍ତି ଯେ ବିରୋଧୀ ନେତାଙ୍କ ବିରୋଧରେ କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର ଅପବ୍ୟବହାର ହେଉଛି ଯାହା ନିର୍ବାଚନ ପ୍ରକ୍ରିୟା ଏବଂ ଗଣତନ୍ତ୍ରର ନିରପେକ୍ଷତାକୁ କ୍ଷୁଣ୍ଣ କରୁଛି। ଏହି ପ୍ରତିନିଧି ଦଳରେ କଂଗ୍ରେସ, ଟିଏମସି, ଡିଏମକେ, ବାମପନ୍ଥୀ, ସମାଜବାଦୀ ପାର୍ଟିର ନେତା ମାନେ ସାମିଲ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories