www.samajalive.in
Monday, December 8, 2025
27.1 C
Bhubaneswar

ଅଷ୍ଟ୍ରେଲିଆରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ସିଙ୍ଗାପୁର ଗସ୍ତ ଶେଷ କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଏହି ଅବସରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସେ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି କହିଲେଯେ ଅଷ୍ଟ୍ରେଲିଆରେ ରହୁଥିବା ପ୍ରବାସୀ ଭାରତୀୟ ସଭ୍ୟତାର ସବୁଠାରୁ ବଡ ସଦିଚ୍ଛାଦୂତ। ଆମ ସଭ୍ୟତାର ମୂଲ୍ୟବୋଧ ଏବଂ ଜ୍ଞାନ ; ବୈଶ୍ୱିକ ଆହ୍ୱାନର ସମାଧାନ କରିପାରିବ। ଶିକ୍ଷା ସମନ୍ୱୟ ଓ ସହଯୋଗ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସମ୍ପର୍କକୁ ମଜଭୂତ କରିବ। ଜ୍ଞାନ ସହଯୋଗ ଭାରତ-ଅଷ୍ଟ୍ରେଲିଆ ବନ୍ଧୁତ୍ୱକୁ ଆଗକୁ ନେବାରେ ମୂଳଦୁଆ ପକାଇବ ବୋଲି ସେ ଆଶାପ୍ରକାଶ କରିଥିଲେ। ଶିକ୍ଷାର ଅନ୍ତର୍ଜାତୀୟକରଣ, ବିଶ୍ୱବିଦ୍ୟାଳୟ ସହ ସଂଯୋଗ, ଗବେଷଣା, ସ୍କିଲିଂ ଏବଂ ପାରସ୍ପିରକ ଛାତ୍ର ବିନିମୟ ଉପରେ ମଧ୍ୟ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଲୋକପାତ କରିଥିଲେ ।ମନ୍ତ୍ରୀ ଶ୍ରୀ ପ୍ରଧାନ ଅଷ୍ଟ୍ରେଲିଆର ଶିକ୍ଷା ମନ୍ତ୍ରୀ ଜେସନ କ୍ଲେୟାରଙ୍କୁ ଭେଟିବା ସହ ‘ଅଷ୍ଟ୍ରେଲିଆ ଅନ୍ତର୍ଜାତୀୟ ଶିକ୍ଷା ସମ୍ମିଳନୀ’ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories