www.samajalive.in
Saturday, December 6, 2025
16.1 C
Bhubaneswar

ଆଜିଠୁ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ: ଶିକ୍ଷାକ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ଲକ୍ଷ୍ୟ

ଭୁବନେଶ୍ୱର : ଆଜିଠୁ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ। ଶିକ୍ଷାକ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗ ବୃଦ୍ଧି ପାଇଁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏକ ପ୍ରତିନିଧି ମଣ୍ଡଳୀ ସହ ଆଜିଠାରୁ ୨୬ ତାରିଖ ପର୍ଯ୍ୟନ୍ତ ୭ ଦିନିଆ ସିଙ୍ଗାପୁର ଓ ଅଷ୍ଟ୍ରେଲିଆ ଗସ୍ତ କରିବେ। କେନ୍ଦ୍ରମନ୍ତ୍ରୀଙ୍କ ଏହି ଗସ୍ତ ଶିକ୍ଷାକ୍ଷେତ୍ରରେ ଉଭୟ ଦେଶର ସହଯୋଗ, ଭାଗିଦାରୀ ଏବଂ ସମନ୍ୱୟକୁ ପ୍ରୋତ୍ସାହିତ କରିବ। ସିଙ୍ଗାପୁର ଗସ୍ତ କାଳରେ ଶ୍ରୀ ପ୍ରଧାନ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ସିଙ୍ଗାପୁରର ପ୍ରଧାନମନ୍ତ୍ରୀ ଲରେନ୍ସ ୱଙ୍ଗ୍, ଉପପ୍ରଧାନମନ୍ତ୍ରୀ ଗାନ୍ କିମ୍ ୟୋଙ୍ଗ୍, ଶିକ୍ଷାମନ୍ତ୍ରୀ ଚାନ୍ ଚୁନ୍ ସିଂ ଏବଂ ବୈଦେଶିକ ମନ୍ତ୍ରୀ ଭିଭିଆନ୍ ବାଲକ୍ରିଷ୍ଣନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଅଷ୍ଟ୍ରେଲିଆରେ ଶିକ୍ଷାମନ୍ତ୍ରୀ ଜେସନ କ୍ଲେୟାରଙ୍କୁ ଭେଟିବା ସହିତ ‘ଅଷ୍ଟ୍ରେଲିଆ ଅନ୍ତର୍ଜାତୀୟ ଶିକ୍ଷା ସମ୍ମିଳନୀ’ରେ ପରି କାର୍ଯ୍ୟକ୍ରମରେ ଯୋଗଦେବେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories