www.samajalive.in
Monday, December 8, 2025
20.1 C
Bhubaneswar

କେନ୍ଦ୍ର କର୍ମଚାରୀଙ୍କ ପାଇଁ ଉପହାର, ଡିଏ ଓ ଡିଆର ୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ହୋଇଥିବା କ୍ୟାବିନେଟ୍‍ ବୈଠକରେ କେନ୍ଦ୍ର କର୍ମଚାରୀଙ୍କ ପାଇଁ ଉପହାର ଦେଇଛନ୍ତି। କ୍ୟାବିନେଟ୍‍ ବୈଠକରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (ଡିଏ)ଓ ପେନସନ ଉପଭୋଗୀଙ୍କ ପାଇଁ ମଧ୍ୟ ମହାଙ୍ଗା ସହାୟତା (ଡିଆର) ୩ ପ୍ରତିଶତ ବୃଦ୍ଧି କରାଯାଇଛି।
ପ୍ରଧାନମନ୍ତ୍ରୀ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାର ଅତିରିକ୍ତ କିସ୍ତି ପ୍ରଦାନ କରିବା ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ଏହାସହ ପେନସନଭୋଗୀଙ୍କୁ ମହଙ୍ଗା ସହାୟତାର ଅତିରିକ୍ତ କିସ୍ତି ମଧ୍ୟ ପ୍ରଦାନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉଭୟ ଡିଏ ଓ ଡିଆର ଆଉ ୩ ପ୍ରତିଶତ ବୃଦ୍ଧି କରାଯାଇଛି। ସମସ୍ତ କେନ୍ଦ୍ରୀୟ କର୍ମଚାରୀମାନେ ଜାନୁଆରୀ ୧,୨୦୨୨ରୁ ବର୍ଦ୍ଧିତ ମହଙ୍ଗା ଭତ୍ତାର ଲାଭ ପାଇବେ। କର୍ମଚାରୀ ଓ ପେନସନ ଉପଭୋଗୀଙ୍କୁ ୩୪ ପ୍ରତିଶତ ମହଙ୍ଗା ଭତ୍ତା ଦେବାକୁ ସରକାର ନିଷ୍ପତ୍ତି ନେଇଥିବା ବେଳେ ପୂର୍ବରୁ ୩୧ ପ୍ରତିଶତ ଭତ୍ତା ପ୍ରଦାନ କରାଯାଉଥିଲା। ମହଙ୍ଗାଭତ୍ତା ବୃଦ୍ଧି ଫଳରେ ୪୭.୬୮ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ୬୮.୬୨ ଲକ୍ଷ ପେନସନଭୋଗୀ ଉପକୃତ ହେବେ।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories