www.samajalive.in
Sunday, December 14, 2025
26.1 C
Bhubaneswar

କେନ୍ଦ୍ର ସରକାର ଜାରି କଲେ ନାଗରିକତ୍ୱ ସଂଶୋଧନ ଆଇନ

ନୂଆଦିଲ୍ଲୀ: ଦୀର୍ଘ ୪ ବର୍ଷ ତଳୁ ଆଇନରେ ପରିଣତ ହୋଇ ସାରିଥିବା ନାଗରିକତ୍ୱ ସଂଶୋଧନ ଆଇନ ବା ସିଏଏ ଦେଶରେ ଆଜି ଠାରୁ ବିଧିବଦ୍ଧ ଭାବେ ସିଏଏ ଲାଗୁ  ହୋଇଛି। ଏହାର ଅର୍ଥ ଆଜି ଠାରୁ ଦେଶରେ ସିଏଏ ଲାଗୁ ହୋଇଛି। ଏଣିକି ଭାରତରେ ଶରଣାର୍ଥୀ ଜୀବନ କାଟୁଥିବା ଅନ୍ୟ ଦେଶର ଲୋକମାନେ ନାଗରିକତା ପାଇପାରିବେ। କେବଳ ମୁସଲମମାନଙ୍କୁ ଛାଡ଼ି ଅନ୍ୟ ସମସ୍ତଙ୍କୁ ଭାରତର ସରକାର ନାଗରିକତା ଦେବେ।

ଆଜି ଏନେଇ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ  ସିଏଏ ବିଜ୍ଞପ୍ତି ଜାରି କରିଛି ସ୍ବରାଷ୍ଟ୍ର ମନ୍ତ୍ରାଳୟ। ସିଏଏ-ସିଟିଜେନସିପ ଆମେଣ୍ଡମେଣ୍ଟ ଆକ୍ଟ ବା ନାଗରିକତା ସଂଶୋଧନ ଆଇନ ନେଇ ବିଜ୍ଞପ୍ତି ଜାରି ହୋଇଛି।  ଆଜିଠାରୁ ସିଏଏ କାର୍ଯ୍ୟକାରୀ ହେବା ନେଇ ଜାରି କରାଯାଇଥିବା ବିଜ୍ଞପ୍ତିରେ ଦର୍ଶାଯାଇଛି। ୨୦୨୪ ମାର୍ଚ୍ଚ ୧୧ ତାରିଖ ସୁଦ୍ଧା ଯେଉଁମାନେ ୬ବର୍ଷ ଭାରତରେ ରହିଥିବେ ସେମାନଙ୍କ କ୍ଷେତ୍ରରେ ସିଏଏ ବରଦାନ ସଦୃଶ ସାବ୍ୟସ୍ତ ହେବ।ଏହାଦ୍ବାର ୩ ଦେଶର ଶରଣାର୍ଥୀଙ୍କୁ ନାଗରିକତ୍ବ ମିଳିବ। ୩ ପଡୋଶୀ ଦେଶ-ପାକିସ୍ତାନ, ଆଫଗାନିସ୍ତାନ ଓ ବାଂଲାଦେଶ ଶରଣାର୍ଥୀଙ୍କୁ ଏହି ନିୟମ ଅନୁସାରେ ଭାରତର ନାଗରିକତ୍ବ ପ୍ରଦାନ କରାଯାଇପାରିବ। ଅଣମୁସଲିମ ଲୋକଙ୍କୁ ନାଗରିକତା ଅଧିକାର ମିଳିବ ବୋଲି କେନ୍ଦ୍ର ସରକାର ଜାରି କରିଥିବା ଅଧିସୂଚନାରେ ଦର୍ଶାଯାଇଛି। ଏଣିକି ଭାରତରେ ଶରଣାର୍ଥୀ ଜୀବନ କାଟୁଥିବା ଅନ୍ୟ ଦେଶର ଲୋକମାନେ ନାଗରିକତା ପାଇପାରିବେ। କେବଳ ମୁସଲମମାନଙ୍କୁ ଛାଡ଼ି ଅନ୍ୟ ସମସ୍ତଙ୍କୁ ଭାରତର ସରକାର ନାଗରିକତା ଦେବେ।

- Advertisement -

ଦୀର୍ଘ ୫ ବର୍ଷ ତଳୁ ଆଇନରେ ପରିଣତ ହୋଇ ସାରିଥିବା ନାଗରିକତ୍ୱ ସଂଶୋଧନ ଆଇନ ବା ସିଏଏ ବାସ୍ତବ ରୂପ ନେଇଛି।  ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ସିଏଏରେ ବ୍ୟବସ୍ଥିତ ହୋଇଥିବା ଆଇନ ସାର୍ବଜନୀନ କରାଯାଇଛି। ଏନେଇ ମନ୍ତ୍ରଣାଳୟ ବିଧିବଦ୍ଧ ଭାବେ ବିଜ୍ଞପ୍ତି ଜାରି କରିଛି।  ୫ ବର୍ଷ ତଳେ ଅର୍ଥାତ ୨୦୧୯ରେ ସିଏଏ ଲୋକସଭା ଓ ରାଜ୍ୟସଭାରେ ପାରିତ ହେବା ପରେ ଆଇନରେ ପରିଣତ ହୋଇଥିଲା।

ସିଏଏ ବିଜ୍ଞପ୍ତି ଅନୁସାରେ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନରେ ଧାର୍ମିକ ନିର୍ଯାତନା ସହି ନ ପାରି ଭାରତରେ ଶରଣାର୍ଥୀ ଜୀବନ କାଟୁଥିବା ଲୋକଙ୍କୁ ତତ୍କାଳ ବା ଫାଷ୍ଟଟ୍ରାକ ନିୟମ ଆଧାରରେ ଭାରତର ନାଗରିକତା ପ୍ରଦାନ କରାଯିବ। ୨୦୧୪ ଡିସେମ୍ବର ୩୧ ପୂର୍ବରୁ ଭାରତରେ ଥିବା ମୁସଲିମଙ୍କୁ ଛାଡ଼ି ଅନ୍ୟ ଦେଶର ନାଗରିକଙ୍କୁ ସରକାର ନାଗରିକତା ପ୍ରଦାନ କରିବେ। ସେହିପରି ଗତବର୍ଷ ଭାରତରେ ରହୁଥିବା ଶରଣାର୍ଥୀ ଓ ଗତ ୧୪ ବର୍ଷ ମଧ୍ୟରେ ୫ ବର୍ଷ ଭାରତରେ ଜୀବନ କାଟିଥିବା ଲୋକଙ୍କୁ ମଧ୍ୟ ନାଗରିକତା ଦିଆଯିବ। ଆଇନରେ ଆସାମ, ମେଘାଳୟ, ମିଜୋରାମ ଓ ତ୍ରିପୁରାର ଆଦିବାସୀ ଅଞ୍ଚଳକୁ ବାଦ ଦିଆଯାଇଛି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories